ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ଭୂତାଣୁର ତାଣ୍ଡବ ଜାରି ରହିଛି । ପ୍ରତିଦିନ ରେକର୍ଡ ସଂଖ୍ୟକ କୋରୋନା ମାମଲା ଚିହ୍ନଟ ହେବା ସହ ୪ ହଜାରରୁ ଉର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ସେହିପରି ଓଡ଼ିଶାରେ ମଧ୍ୟ କୋରୋନା ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ସୋମବାର ରାଜ୍ୟରେ ପୁଣି ୧୧,୮୨୧ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୫,୨୬,୩୫୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ଏହି ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମିଳିବ ଭରପୂର ଲାଭ!




ଅଧିକ ପଢ଼ନ୍ତୁ:-ଗରମ ଦିନରେ ଲେମ୍ବୁ ରସ ପିଇବାରୁ ମିଳିଥାଏ ଏହି ସବୁ ଲାଭ


ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୬,୨୨,୯୮୧ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୩୩୫ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୫,୧୪,୫୩୨ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧,୦୬,୦୬୧ ସକ୍ରିୟ ସଂକ୍ରମିତ ମାମଲା ରହିଛି ।