ଭୁବନେଶ୍ୱର: CoronaVirus in Odisha: ଓଡ଼ିଶାରେ ଦିନକୁ ଦିନ କୋରୋନା ସଂକ୍ରମିତ ମାମଲା କମିବାରେ ଲାଗିଛି । ଏହାସହ ରାଜ୍ୟବାସୀଙ୍କ ପାଇଁ ଆଉ ଏକ ଆଶ୍ୱସ୍ତି ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି ।  ଏହି କ୍ରମରେ ଶନିବାର ରାଜ୍ୟରେ ଆଉ ୧୨୭୧ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୯୬,୫୧୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 




COMMERCIAL BREAK
SCROLL TO CONTINUE READING


ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୩,୦୭,୯୮୬ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୫୧୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୯୫,୨୪୫ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୧,୦୯୮ ସକ୍ରିୟ ସଂକ୍ରମିତ ମାମଲା ରହିଛି ।