ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୧୫୨୧ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୧୫୨୧ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୩,୦୨,୭୯୩ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୪୪୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ରାଜ୍ୟରେ ଲଗାତର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପକ୍ଷେ କୋରୋନା ଜନିତ ମୃତ୍ୟୁ ମାମଲା କମିବାର ନାଁ ନେଉନାହିଁ । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ସୋମବାର ରାଜ୍ୟରେ ପୁଣି  ୧୫୨୧ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୮୯,୬୮୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ଲଦାଖ ପରେ ଅରୁଣାଚଳରେ ଚୀନର ନୂଆ ଚାଲ୍, ଭାରତର ବଢ଼ିବ ଟେନସନ

ଅଧିକ ପଢ଼ନ୍ତୁ:-ଟ୍ରମ୍ପଙ୍କୁ ଝଟକା ଦେଲା ଟ୍ୱିଟର, ଜାଣନ୍ତୁ ସଂପୂର୍ଣ୍ଣ ମାମଲା

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୩,୦୨,୭୯୩ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୪୪୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୮୮,୧୬୮ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୩,୧୩୧ ସକ୍ରିୟ ସଂକ୍ରମିତ ମାମଲା ରହିଛି ।