• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୪ତମ ମନ କୀ ବାତ୍
  • ଆମର ସଂସ୍କୃତି ହଜାରେ ବର୍ଷର ପୁରୁଣା: ପ୍ରଧାନମନ୍ତ୍ରୀ
  • ମାଘ ମାସରେ ନଦୀରେ ସ୍ନାନ କଲେ ପୁଣ୍ୟ ମିଳିଥାଏ
  • ନଦୀ ସହ ଆମର ପରମ୍ପରା ଜଡ଼ିତ ରହିଛି: ପ୍ରଧାନମନ୍ତ୍ରୀ
  • ମାଘ ମାସ ପୁଣ୍ୟର ମାସ ହୋଇଥାଏ: ପ୍ରଧାନମନ୍ତ୍ରୀ
  • ଜଳ ଆମର ଜୀବନ, ଆସ୍ଥା ଓ ବିକାଶର ମାଧ୍ୟମ
  • ଗ୍ରୀଷ୍ମ ଋତୁ ଆସୁଛି, ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେବା
  • ଜଳର ସଂରକ୍ଷଣ ପାଇଁ ଆମକୁ ପ୍ରୟାସ କରିବାକୁ ହେବ
  • ଏଥର ହରିଦ୍ୱାରରେ କୁମ୍ଭମେଳା ହେବାକୁ ଯାଉଛି
  • ଗାଁର ନଦୀ, ନାଳ ଓ ପୋଖରୀକୁ ସଫା ରଖନ୍ତୁ: ପ୍ରଧାନମନ୍ତ୍ରୀ

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୧୬୪୧ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୯୮,୭୬୮ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୩୯୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୧୬୪୧ କୋରୋନା ସଂକ୍ରମିତ

ଭୁବନେଶ୍ୱର: CoronaVirus in Odisha: ବିଗତ କିଛି ଦିନ ଧରି ରାଜ୍ୟରେ କୋରୋନା ମାମଲାରେ କମି ଦେଖାଦେଇଛି । ଅନ୍ୟପକ୍ଷେ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଶୁକ୍ରବାର ରାଜ୍ୟରେ ପୁଣି ୧,୬୪୧ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୮୫,୧୭୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୯୮,୭୬୮ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୩୯୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୮୩,୫୩୩ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୩,୭୮୯ ସକ୍ରିୟ ସଂକ୍ରମିତ ମାମଲା ରହିଛି ।