Advertisement
Article Detail0/zeeodisha/odisha775656
Zee OdishaOdisha Stateଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୧୯୦୮ କୋରୋନା ସଂକ୍ରମିତ

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୧୯୦୮ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୮୭,୦୯୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୨୯୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶ ସମେତ ରାଜ୍ୟରେ କୋରୋନା ସ୍ଥିତି ସୁଧୁରିବାରେ ଲାଗିଛି । ପ୍ରତିଦିନ କୋରୋନା ଭୂତାଣୁ (Coronavirus) ମାମଲାରେ ହ୍ରାସ ଘଟୁଛି । ଅନ୍ୟପଟେ ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଏହା ଯେ ରାଜ୍ୟରେ ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ଗୁରୁବାର ରାଜ୍ୟରେ ପୁଣି ୧୯୦୮ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୭୨,୦୩୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-କୋରୋନା ଟୀକା ବଣ୍ଟନକୁ ନେଇ ବହୁତ ବଡ଼ ଖୁସି ଖବର ଦେଲେ ପିଏମ ମୋଦି

ଅଧିକ ପଢ଼ନ୍ତୁ:-ଏପରି ଅନଲାଇନ୍ ବୁକ୍ କରନ୍ତୁ ନିଜ LPG ଗ୍ୟାସ ସିଲିଣ୍ଡର, ମିଳିବ ୫୦ ଟଙ୍କା ଶସ୍ତା

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୮୭,୦୯୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୨୯୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୭୦,୧୩୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୫,୬୧୯ ସକ୍ରିୟ ସଂକ୍ରମିତ ମାମଲା ରହିଛି ।

About the Author