Advertisement
Article Detail0/zeeodisha/odisha769767
Zee OdishaOdisha Stateଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୬୨୨ କୋରୋନା ସଂକ୍ରମିତ

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୬୨୨ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୭୨,୨୫୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧୬୮ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶ ସମେତ ଓଡ଼ିଶାରେ କୋରୋନା ସଂକ୍ରମିତ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ପ୍ରତିଦିନ କୋରୋନା ମାମଲାରେ କମି ଆସିବାରେ ଲାଗିଛି । ଅନ୍ୟପକ୍ଷେ ଓଡ଼ିଶାରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ରେକର୍ଡ କରାଯାଉଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତି ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ମଙ୍ଗଳବାର ରାଜ୍ୟରେ ପୁଣି ୨୬୨୨ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୫୨,୧୯୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ତାଲିକାରୁ ବାଦ୍ ପଡ଼ିଲା ଭାରତ, ଏସିଆରେ ଏହି ଦେଶ ସବୁଠାରୁ ଶକ୍ତିଶାଳୀ

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ! ବେତନ ସହ ଜଡ଼ିତ ଗୁରୁତ୍ୱପୂର୍ଣ୍ଣ ନିୟମକୁ ପରିବର୍ତ୍ତନ କରିପାରେ ମୋଦି ସରକାର

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୭୨,୨୫୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧୬୮ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୪୯,୫୭୫ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୨୧,୪୫୪ ସକ୍ରିୟ ସଂକ୍ରମିତ ମାମଲା ରହିଛି ।

About the Author