ଭୁବନେଶ୍ୱର: CoronaVirus in Odisha: ସାରା ଦେଶ ସମେତ ଓଡ଼ିଶାରେ କୋରୋନା ସଂକ୍ରମିତ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ପ୍ରତିଦିନ କୋରୋନା ମାମଲାରେ କମି ଆସିବାରେ ଲାଗିଛି । ଅନ୍ୟପକ୍ଷେ ଓଡ଼ିଶାରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ରେକର୍ଡ କରାଯାଉଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତି ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ମଙ୍ଗଳବାର ରାଜ୍ୟରେ ପୁଣି ୨୬୨୨ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୫୨,୧୯୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ତାଲିକାରୁ ବାଦ୍ ପଡ଼ିଲା ଭାରତ, ଏସିଆରେ ଏହି ଦେଶ ସବୁଠାରୁ ଶକ୍ତିଶାଳୀ
Another 2622 Covid patients have recovered and are being discharged on 20.10.2020
431 from Khordha
216 from Anugul
197 from Cuttack
131 from Mayurbhanj
125 from Sundargarh
118 from Kalahandi
114 from Bolangir
99 from Baleswar
99 from Nuapada
93 from Jajapur
91 from Bargarh— H & FW Dept Odisha (@HFWOdisha) October 20, 2020
14 from Deogarh
9 from Rayagada
79 from State PoolThe total recovered cases of Odisha now stand at 252197
— H & FW Dept Odisha (@HFWOdisha) October 20, 2020
ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ! ବେତନ ସହ ଜଡ଼ିତ ଗୁରୁତ୍ୱପୂର୍ଣ୍ଣ ନିୟମକୁ ପରିବର୍ତ୍ତନ କରିପାରେ ମୋଦି ସରକାର
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୭୨,୨୫୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧୬୮ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୪୯,୫୭୫ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୨୧,୪୫୪ ସକ୍ରିୟ ସଂକ୍ରମିତ ମାମଲା ରହିଛି ।