ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୨,୭୯୬ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୨,୭୯୬ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୫୬,୯୩୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । 

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୨,୭୯୬ କୋରୋନା ସଂକ୍ରମିତ

ଭୁବନେଶ୍ୱର: CoronaVirus in Odisha: ରାଜ୍ୟରେ ବିଗତ କିଛି ଦିନ ଧରି କୋରୋନା ମାମଲାରେ ହ୍ରାସ ଦେଖାଦେଇଛି । ଅନ୍ୟପକ୍ଷେ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟୁଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ସୋମବାର ରାଜ୍ୟରେ ପୁଣି ୨,୭୯୬ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୩୨,୯୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ପୁଣି ସଚିନ ପାଇଲଟଙ୍କୁ ବଡ଼ ଝଟକା ଦେଲେ ଗେହଲଟ୍ ସରକାର

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ବହୁତ ବଡ଼ ଖୁସି ଖବର ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୫୬,୯୩୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୦୫୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୩୦,୧୯୨ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୨୫,୬୩୫ ସକ୍ରିୟ ସଂକ୍ରମିତ ମାମଲା ରହିଛି ।