ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨,୮୪୨ କୋରୋନା ଆକ୍ରାନ୍ତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୬୬,୩୪୫ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧୨୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨,୮୪୨ କୋରୋନା ଆକ୍ରାନ୍ତ
ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶ ସମେତ ରାଜ୍ୟରେ କୋରୋନା ସଙ୍କଟ ଜାରି ରହିଛି । ପ୍ରତିଦିନ ହଜାର ହଜାର କୋରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତି ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ଶନିବାର ରାଜ୍ୟରେ ପୁଣି ୨୮୪୨ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୪୪,୨୨୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ଆଉ ଏକ ଖୁସି ଖବର ଦେଲା ଋଷ

ଅଧିକ ପଢ଼ନ୍ତୁ:-ଖୁସି ଖବର: ଦୁନିଆକୁ ମିଳିଲା ଆଉ ଏକ କୋରୋନା ଭ୍ୟାକ୍ସିନ !

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୬୬,୩୪୫ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧୨୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୪୧,୩୮୫ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୨୩,୭୮୬ ସକ୍ରିୟ ସଂକ୍ରମିତ ମାମଲା ରହିଛି ।