ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ସଂକ୍ରମିଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏହି ସମୟରେ ଓଡ଼ିଶାରେ ମଧ୍ୟ ସ୍ଥିତି ବିଗିଡିବାରେ ଲାଗିଛି । ପ୍ରତିଦିନ ହଜାର ହଜାର ସଂଖ୍ୟାରେ କୋରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହା ମଧ୍ୟରେ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଶନିବାର ରାଜ୍ୟରେ ଆଉ ୩,୪୬୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୩,୫୯,୪୬୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ପୁରୁଣା କଟକଣା ସହ ଫେରିଲା ସଟଡାଉନ୍




ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୧୩,୩୪୧ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୯୮୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୩,୫୬,୦୦୩ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୪୩,୩୪ ସକ୍ରିୟ ସଂକ୍ରମିତ ମାମଲା ରହିଛି ।