ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪,୦୪୮ କୋରୋନା ଆକ୍ରାନ୍ତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪,୦୪୮ କୋରୋନା ଆକ୍ରାନ୍ତ

CoronaVirus in Odisha: ସାରା ଦେଶରେ କୋରୋନା ସଙ୍କଟ ଜାରି ରହିଛି । ଏହାସହ ଓଡ଼ିଶାରେ ମଧ୍ୟ ଦିନକୁ ଦିନ କୋରୋନା ସଂକ୍ରମିତ ମାମଲା ବଢ଼ିବାରେ ଲାଗିଛି । ରାଜ୍ୟରେ ପ୍ରତିଦିନ ହଜାର ହଜାର କୋରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ସେପଟେ ରାଜ୍ୟବାସୀଙ୍କ ପାଇଁ ଏହା ଏକ ଆଶ୍ୱସ୍ତି

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ସଙ୍କଟ ଜାରି ରହିଛି । ଏହାସହ ଓଡ଼ିଶାରେ ମଧ୍ୟ ଦିନକୁ ଦିନ କୋରୋନା ସଂକ୍ରମିତ ମାମଲା ବଢ଼ିବାରେ ଲାଗିଛି । ରାଜ୍ୟରେ ପ୍ରତିଦିନ ହଜାର ହଜାର କୋରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ସେପଟେ ରାଜ୍ୟବାସୀଙ୍କ ପାଇଁ ଏହା ଏକ ଆଶ୍ୱସ୍ତିକର ଖବର ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ଶୁକ୍ରବାର ରାଜ୍ୟରେ ପୁଣି ୪,୦୪୮ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୧,୯୪,୧୨୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁ ପରେ ଚୀନର ଆଉ ଏକ ରହସ୍ୟମୟୀ ଭାଇରସ ଭାରତ ପାଇଁ ସୃଷ୍ଟି କରିବ ନୂଆ ସଙ୍କଟ !

ଅଧିକ ପଢ଼ନ୍ତୁ:-କୋରୋନା ସଙ୍କଟ ମଧ୍ୟରେ ବିଶ୍ୱ ଯୁଦ୍ଧର ଆଭାସ ! ଏହି ୪ଟି ସ୍ଥାନରେ ପଡ଼ୋଶୀ ଦେଶ ମଧ୍ୟରେ ଜାରି ରହିଛି ସଂଘର୍ଷ

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୨୬,୩୩୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୮୭୫ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାସହ କୋରୋନା ସଂକ୍ରମିତ ସହ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ବରଣ କରିଥିବା ରୋଗୀଙ୍କ ସଂଖ୍ୟା ୫୩ରେ ପହଞ୍ଚିଛି । ୧,୯୦,୦୮୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ  ୩୫,୩୨୬ ସକ୍ରିୟ ସଂକ୍ରମିତ ମାମଲା ରହିଛି ।