ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪୦୮୯ କୋରୋନା ଆକ୍ରାନ୍ତ
ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୨୦,୧୨୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୦୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୩,୭୧,୨୦୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି ।
ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ ପ୍ରତିଦିନ ୩ ଲକ୍ଷରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହାସହ ଓଡ଼ିଶାରେ ମଧ୍ୟ ପ୍ରତିଦିନ ହଜାର ହଜାର ସଂଖ୍ୟାରେ କୋରୋନା ମାମଲା ଚିହ୍ନଟ ହେଉଛି । ଏହା ମଧ୍ୟରେ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ମଙ୍ଗଳବାର ରାଜ୍ୟରେ ଆଉ ୪,୦୮୯ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୩,୭୧,୨୦୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ସାମ୍ନାକୁ ଆସିଲା କୋରୋନା ଭୂତାଣୁର ଆଉ ଏକ ନୂଆ ଲକ୍ଷଣ, ଡାକ୍ତରଙ୍କ ଉପଦେଶ- ତୁରନ୍ତ କରନ୍ତୁ ପରୀକ୍ଷା
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୨୦,୧୨୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୦୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୩,୭୧,୨୦୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୪୬,୮୬୯ ସକ୍ରିୟ ସଂକ୍ରମିତ ମାମଲା ରହିଛି ।