ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪,୦୯୮ କୋରୋନା ଆକ୍ରାନ୍ତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୪,୦୯୮ କୋରୋନା ଆକ୍ରାନ୍ତ

Coronavirus in Odisha: ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୩୫,୩୩୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି ।

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: Coronavirus in Odisha: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ଓଡ଼ିଶାରେ ମଧ୍ୟ ଦିନକୁ ଦିନ କୋରୋନା ସଂକ୍ରମିତ ମାମଲା ବଢ଼ିବାରେ ଲାଗିଛି । ଅନ୍ୟପକ୍ଷେ ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ସୋମବାର ରାଜ୍ୟରେ ଆଉ ୪,୦୯୮ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୦୬,୪୦୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ରାହୁଲଙ୍କ ବଡ଼ ଘୋଷଣା-ଯେଉଁ ଦିନ କଂଗ୍ରେସ କ୍ଷମତାକୁ ଆସିବ, ଡଷ୍ଟବିନରେ ପକାଇବି ଏହି ୩ଟି...

ଅଧିକ ପଢ଼ନ୍ତୁ:-ପଶୁଙ୍କ ରକ୍ତରୁ ହେବ କୋରୋନା ଭୂତାଣୁର ଚିକିତ୍ସା, ICMR ବିକଶିତ କରିଛି କୌଶଳ

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୩୫,୩୩୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୯୨୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୦୨,୩୦୨ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୩୨,୦୫୧ ସକ୍ରିୟ ସଂକ୍ରମିତ ମାମଲା ରହିଛି ।