Coronavirus in Odisha: ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୩୨,୭୧୩ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି ।
Trending Photos
)
ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ଓଡ଼ିଶାରେ ମଧ୍ୟ ଦିନକୁ ଦିନ କୋରୋନା ସଂକ୍ରମିତ ମାମଲା ବଢ଼ିବାରେ ଲାଗିଛି । ରାଜ୍ୟରେ ପ୍ରତିଦିନ ହଜାର ହଜାର କୋରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ସେପଟେ ରାଜ୍ୟବାସୀଙ୍କ ପାଇଁ ଏହା ଏକ ଆଶ୍ୱସ୍ତିକର ଖବର ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ରବିବାର ରାଜ୍ୟରେ ପୁଣି ୪,୧୦୮ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୦୨,୩୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ରାହୁଲଙ୍କ ବଡ଼ ଘୋଷଣା-ଯେଉଁ ଦିନ କଂଗ୍ରେସ କ୍ଷମତାକୁ ଆସିବ, ଡଷ୍ଟବିନରେ ପକାଇବି ଏହି ୩ଟି...
Happy to share that with the discharge of 4108 Covid patients today, Odisha has crossed the landmark of 2 lakh Covid recoveries!
The total recovered cases of Odisha now stand at 202302.
721 from Khordha
492 from Cuttack
212 from Jajapur
186 from Anugul
154 from Jharsuguda— H & FW Dept Odisha (@HFWOdisha) October 4, 2020
71 from Kandhamal
67 from Ganjam
64 from Rayagada
55 from Puri
50 from Nayagarh
44 from Boudh
40 from Gajapati
34 from Malkangiri
16 from Bhadrak
8 from Deogarh
289 from State Pool— H & FW Dept Odisha (@HFWOdisha) October 4, 2020
ଅଧିକ ପଢ଼ନ୍ତୁ:-ପଶୁଙ୍କ ରକ୍ତରୁ ହେବ କୋରୋନା ଭୂତାଣୁର ଚିକିତ୍ସା, ICMR ବିକଶିତ କରିଛି କୌଶଳ
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୩୨,୭୧୩ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୯୦୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୧,୯୮,୧୯୪ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୩୩,୫୫୯ ସକ୍ରିୟ ସଂକ୍ରମିତ ମାମଲା ରହିଛି ।