ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୪୧୮୦ କୋରୋନା ସଂକ୍ରମିତ
ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୧୪,୦୫୬ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୯୯୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଭୁବନେଶ୍ୱର: CoronaVirus in Odisha: ଭାରତରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରୀ ତାଣ୍ଡବ କରୁଛି । ପ୍ରତିଦିନ ୩ ଲକ୍ଷରୁ ଉର୍ଦ୍ଧ୍ୱ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହି ସମୟରେ ଓଡ଼ିଶାରେ ମଧ୍ୟ ସ୍ଥିତି ବିଗିଡିବାରେ ଲାଗିଛି । ପ୍ରତିଦିନ ହଜାର ହଜାର ସଂଖ୍ୟାରେ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହା ମଧ୍ୟରେ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ସୋମବାର ରାଜ୍ୟରେ ଆଉ ୪,୧୮୦ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୩,୬୭,୧୧୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ଅଷ୍ଟ୍ରେଲୀୟ ବୋଲର ପ୍ୟାଟ୍ କମିନ୍ସଙ୍କ ବଡ଼ ହୃଦୟ, ପିଏମ୍ କେୟାର୍ସ ଫଣ୍ଡରେ ଦାନ କଲେ ୩୮ ଲକ୍ଷ ଟଙ୍କା
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୧୪,୦୫୬ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୯୯୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୩,୬୨,୯୩୧ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୪୯,୦୭୫ ସକ୍ରିୟ ସଂକ୍ରମିତ ମାମଲା ରହିଛି ।