ଭୁବନେଶ୍ୱର: CoronaVirus in Odisha: ସାରା ରାଜ୍ୟରେ କୋରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ମଙ୍ଗଳବାର ରାଜ୍ୟରେ ଆଉ ୬,୧୬୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୧୦,୨୨୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-୨୪ ଘଣ୍ଟାରେ ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା




ଅଧିକ ପଢ଼ନ୍ତୁ:-ଆପଣ ମଧ୍ୟ ଏକରୁ ଅଧିକ ବ୍ୟାଙ୍କରେ ଖୋଲିଛନ୍ତି କି ଆକାଉଣ୍ଟ? ତେବେ ହୋଇପାରେ ଏହି ୪ଟି ବଡ କ୍ଷତି


ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୭୯,୭୫୨ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୮୮ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୧୦,୨୨୭ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୬୭,୩୮୪ ସକ୍ରିୟ ସଂକ୍ରମିତ ମାମଲା ରହିଛି ।