ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୬୧୭୬ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୬୧୭୬ କୋରୋନା ସଂକ୍ରମିତ

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୮୯,୬୪୧ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୦୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ଭୂତାଣୁ ତାଣ୍ଡବ କରୁଛି । ପ୍ରତିଦିନ ରେକର୍ଡ ସଂଖ୍ୟକ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟୁଛ । ଏହି ସମୟରେ ଓଡ଼ିଶାରେ ମଧ୍ୟ କୋରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ବୁଧବାର ରାଜ୍ୟରେ ଆଉ ୬,୧୭୬ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୧୬,୪୦୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ଡିଜିଟାଲ ଦୁନିଆରେ ଇତିହାସ ରଚିଲା ZEE

ଅଧିକ ପଢ଼ନ୍ତୁ:-କୋରୋନା ମହାମାରୀ ମଧ୍ୟରେ ରେଲୱେ ବାତିଲ କଲା ଆହୁରି ଆନେକ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୮୯,୬୪୧ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୦୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୧୦,୨୨୭ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୭୭,୨୫୭ ସକ୍ରିୟ ସଂକ୍ରମିତ ମାମଲା ରହିଛି ।