ଭୁବନେଶ୍ୱର: CoronaVirus in Odisha: ଭାରତରେ ପ୍ରତିଦିନ ୩ ଲକ୍ଷରୁ ଉର୍ଦ୍ଧ୍ୱ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହାସହ ୩ ହଜାରରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ସମାନ ସ୍ଥିତି ଓଡ଼ିଶାରେ ମଧ୍ୟ ରହିଛି । ପ୍ରତିଦିନ କୋରୋନା ମାମଲା ବଢିବାରେ ଲାଗିଛି । ଏହା ମଧ୍ୟରେ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ସୋମବାର ରାଜ୍ୟରେ ଆଉ ୬,୪୮୮ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୦୪,୦୬୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ଜାଣନ୍ତୁ ଡବଲ୍ ମାସ୍କ କ'ଣ ପାଇଁ ଜରୁରୀ ଓ କିଭଳି ପିନ୍ଧିବେ?




ଅଧିକ ପଢ଼ନ୍ତୁ:-କାଳବୈଶାଖୀର ତାଣ୍ଡବ! ୨୪ ଘଣ୍ଟାରେ ୧୦ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୭୧,୫୩୬ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୭୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୩,୯୭,୫୭୫ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୭୧,୮୩୫ ସକ୍ରିୟ ସଂକ୍ରମିତ ମାମଲା ରହିଛି ।