ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୬୮୫୪ କୋରୋନା ଆକ୍ରାନ୍ତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୬୮୫୪ କୋରୋନା ଆକ୍ରାନ୍ତ

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୦୦,୧୬୨ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୬୮୫୪ କୋରୋନା ଆକ୍ରାନ୍ତ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହର ସାଙ୍ଘାତିକ ହେବାରେ ଲାଗିଛି । ପ୍ରତିଦିନ ରେକର୍ଡ ସଂଖ୍ୟକ ସଂକ୍ରମିତ ମୃତ୍ୟୁ ବରଣ କରୁଛନ୍ତି । ଓଡ଼ିଶାରେ ମଧ୍ୟ କୋରୋନା ମାମଲାରେ ରେକର୍ଡ ବୃଦ୍ଧି ଦେଖିବାକୁ ମିଳିଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଗୁରୁବାର ରାଜ୍ୟରେ ଆଉ ୬,୮୫୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୨୩,୨୫୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-କେବେ ଶେଷ ହେବ କୋରୋନା? ମହାମାରୀର ତୃତୀୟ ଲହରକୁ ନେଇ ଚେତାବନୀ ଜାରି କଲେ ମୋଦି ସରକାରଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା

ଅଧିକ ପଢ଼ନ୍ତୁ:-ଏହି ରାଜ୍ୟରେ ଲାଗିଲା ସଂପୂର୍ଣ୍ଣ ଲକଡାଉନ୍, ଜାଣନ୍ତୁ କ’ଣ ଖୋଲା ରହିବ ଓ କ’ଣ ରହିବ ବନ୍ଦ ?

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୦୦,୧୬୨ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୨୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୧୬,୪୦୩ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୮୧,୫୮୫ ସକ୍ରିୟ ସଂକ୍ରମିତ ମାମଲା ରହିଛି ।