ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ଆଉ ୭,୬୬୪ କୋରୋନା ଆକ୍ରାନ୍ତ
ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୨୪,୨୦୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୬୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଭୁବନେଶ୍ୱର: CoronaVirus in Odisha: ଭାରତରେ ପ୍ରତିଦିନ ରେକର୍ଡ ସଂଖ୍ୟକ କୋରୋନା ସଂକ୍ରମିତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟାରେ ଲଗାତର ବୃଦ୍ଧି ରେକର୍ଡ କରାଯାଉଛି । ଏହି ସମୟରେ ଓଡ଼ିଶାର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । କ୍ରମାଗତ ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଶୁକ୍ରବାର ରାଜ୍ୟରେ ଆଉ ୭,୬୬୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୩୯,୩୨୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ଅବସର ନେଉଛନ୍ତି ତ ଆପଣଙ୍କ ପାଇଁ ଏହା ଜରୁରୀ ଖବର, ମୋଦି ସରକାର କରିଛନ୍ତି ବିଶେଷ ବ୍ୟବସ୍ଥା
ଅଧିକ ପଢ଼ନ୍ତୁ:-ରେଲୱେ ବାତିଲ କଲା ଆହୁରି ୧୬ଟି ପ୍ରମୁଖ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୨୪,୨୦୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୬୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୩୧,୬୫୮ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୯୦,୩୩୫ ସକ୍ରିୟ ସଂକ୍ରମିତ ମାମଲା ରହିଛି ।