ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୮ ହଜାରରୁ ଉର୍ଦ୍ଧ୍ୱ କୋରୋନା ସଂକ୍ରମିତ
ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୮,୩୧,୧୨୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୩,୧୨୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ଭୂତାଣୁର ପ୍ରକୋପ କମିବାରେ ଲାଗିଛି । ଏହି ସମୟରେ ଓଡ଼ିଶାର ସ୍ଥିତିରେ ସେପରି କୌଣସି ପରିବର୍ତ୍ତନ ଆସିନାହିଁ । ବିଗତ କିଛି ଦିନ ଧରି ରାଜ୍ୟରେ ୬ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ବୁଧବାର ରାଜ୍ୟରେ ପୁଣି ୮,୦୩୨ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୭,୬୪,୬୭୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-କାଲିଠୁ ବଦଳିବ ପାଗ: ବଢିବ ବର୍ଷାର ପରିମାଣ, ୧୪ ଯାଏଁ ବର୍ଷିବ!
ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ଡବଲ ଗୁଡ୍ ନ୍ୟୁଜ୍! ମହଙ୍ଗା ଭତ୍ତା ସହିତ ଏବେ Appraisal ରୁ ମଧ୍ୟ ବଢ଼ିବ ଦରମା
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୮,୩୧,୧୨୯ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୩,୧୨୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୭,୫୬,୬୪୧ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୭୧,୩୧୨ ସକ୍ରିୟ ସଂକ୍ରମିତ ମାମଲା ରହିଛି ।