ଭୁବନେଶ୍ୱର: CoronaVirus in Odisha: ଭାରତରେ ପ୍ରତିଦିନ ରେକର୍ଡ ସଂଖ୍ୟକ କୋରୋନା ସଂକ୍ରମିତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟାରେ ଲଗାତର ବୃଦ୍ଧି ରେକର୍ଡ କରାଯାଉଛି । ଏହି ସମୟରେ ଓଡ଼ିଶାର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । କ୍ରମାଗତ ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଗୁରୁବାର ରାଜ୍ୟରେ ପୁଣି ୮,୬୬୫ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୮୨,୩୪୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଆଶ୍ୱସ୍ତିକର ଖବର!




ଅଧିକ ପଢ଼ନ୍ତୁ:-ଆହୁରି ୩୧ଟି ଟ୍ରେନ ବାତିଲ କଲା ରେଲୱେ, ଦେଖନ୍ତୁ ପୁରା ଲିଷ୍ଟ୍


ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୭୬,୨୯୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୨୫୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୭୩,୬୮୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧,୦୦,୩୧୩ ସକ୍ରିୟ ସଂକ୍ରମିତ ମାମଲା ରହିଛି ।