ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ୮୮୩୬ କୋରୋନା ଆକ୍ରାନ୍ତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ୮୮୩୬ କୋରୋନା ଆକ୍ରାନ୍ତ

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୮,୨୫,୧୧୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୩,୦୮୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୭,୫୬,୬୪୧ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । 

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ ଲଗାତର କୋରୋନା ମାମଲାରେ ହ୍ରାସ ଘଟିବାରେ ଲାଗିଛି । ଏହାସହ ରାଜ୍ୟଗୁଡ଼ିକରେ ମଧ୍ୟ କୋରୋନା ସ୍ଥିତିରେ ସୁଧାର ଆସିଛି । ଏହି ସମୟରେ ଓଡ଼ିଶାରେ ମଧ୍ୟ କ୍ରମାଗତ କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଏହା ମଧ୍ୟରେ ଆଉ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ମଙ୍ଗଳବାର ରାଜ୍ୟରେ ପୁଣି ୮,୮୩୬ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୭,୫୬,୬୪୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ବାତିଲ ଟ୍ରେନକୁ ପୁନଃ ଆରମ୍ଭ କଲା ରେଲୱେ, ଦେଖନ୍ତୁ ଲିଷ୍ଟ୍

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କୁ ଜୁଲାଇରୁ ମଧ୍ୟ ମହଙ୍ଗା ଭତ୍ତା ନ ମିଳିବାର ସମ୍ଭାବନା ମଧ୍ୟରେ ସାମ୍ନାକୁ ଆସିଲା ବଡ଼ ଖବର

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୮,୨୫,୧୧୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୩,୦୮୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୭,୫୬,୬୪୧ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୬୫,୩୩୬ ସକ୍ରିୟ ସଂକ୍ରମିତ ମାମଲା ରହିଛି ।