ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ପୁଣି ୯,୩୨୯ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ପୁଣି ୯,୩୨୯ କୋରୋନା ସଂକ୍ରମିତ

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୮୮,୬୮୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୨୭୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି । ପ୍ରତିଦିନ ଚାରି ହଜାର କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହେବା ସହ ୩ ଲକ୍ଷରୁ ଉର୍ଦ୍ଧ୍ୱ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହି ସମୟରେ ଆମ ରାଜ୍ୟ ଓଡ଼ିଶାର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । କ୍ରମାଗତ ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଶୁକ୍ରବାର ରାଜ୍ୟରେ ପୁଣି ୯,୩୨୯ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୯୧,୬୭୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ମହିଳାଙ୍କ ମୃତ୍ୟୁକୁ ନେଇ ଭିମସାର କୋଭିଡ ହସ୍ପିଟାଲରେ ଉତ୍ତେଜନା

ଅଧିକ ପଢ଼ନ୍ତୁ:-ଆଉ ୨୪ ଘଣ୍ଟା କାଳବୈଶାଖୀ, ପୁଣି ବଢିବ ତାତି

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୮୮,୬୮୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୨୭୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୮୨,୩୪୫ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧,୦୪,୦୧୬ ସକ୍ରିୟ ସଂକ୍ରମିତ ମାମଲା ରହିଛି ।