ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୯,୭୦୬ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୯,୭୦୬ କୋରୋନା ସଂକ୍ରମିତ

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୪୪,୮୭୩ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୯,୭୦୬ କୋରୋନା ସଂକ୍ରମିତ

ଭୁବନେଶ୍ୱର: CoronaVirus in Odisha: ଦେଶରେ କୋରୋନା ଭୂତାଣୁ ତାଣ୍ଡବ କରୁଛି । କୋରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହା ସହ ଓଡ଼ିଶାରେ ମଧ୍ୟ କୋରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ।  ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ସୋମବାର ରାଜ୍ୟରେ ଆଉ ୯,୭୦୬ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୫୭,୫୬୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ମେ'ରେ ଆଉ ୭ ଦିନ ବନ୍ଦ ରହିବ ବ୍ୟାଙ୍କ, କୋରୋନା କାଳରେ ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ଏହି ଲିଷ୍ଟ୍

ଅଧିକ ପଢ଼ନ୍ତୁ:-ଜୁନ ୨୩ରେ କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ!

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୪୪,୮୭୩ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୯୭ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୪୭,୮୬୩ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୯୪,୭୬୦ ସକ୍ରିୟ ସଂକ୍ରମିତ ମାମଲା ରହିଛି ।