Vande Bharat Express: ଆଜି ପାଇଁ ବାତିଲ ହେଲା ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍
Advertisement

Vande Bharat Express: ଆଜି ପାଇଁ ବାତିଲ ହେଲା ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍

vande Bharat Express: ଆଜି ଗଡ଼ିବନି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ । 22895/22896  ହାୱଡ଼ା ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଜି ପାଇଁ ବାତିଲ କରାଯାଇଛି । କନେକ୍ଟିଂ ବନ୍ଦେ ଭାରତଲ ବିଳମ୍ବ ଚାଲୁଥିବାରୁ ସମୟ ସହ ଖାପ ଖୁଆଇବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । 

ସୌ(ସୋସିଆଲ ମିଡିଆ)

Howrah Puri vande Bharat Express: ଆଜି ଗଡ଼ିବନି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ । 22895/22896  ହାୱଡ଼ା ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଜି ପାଇଁ ବାତିଲ କରାଯାଇଛି । କନେକ୍ଟିଂ ବନ୍ଦେ ଭାରତଲ ବିଳମ୍ବ ଚାଲୁଥିବାରୁ ସମୟ ସହ ଖାପ ଖୁଆଇବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁଯାୟୀ, ରବିବାର ଦିନ ପୁରୀରୁ ହାୱଡା ଯିବା ବାଟରେ ଯାଜପୁର ଜିଲ୍ଲା ବୈତରଣୀ ରୋଡ଼ ଓ ମଞ୍ଜୀରୁ ରୋଡ଼ଠାରେ ଅଟକିଯାଇଥିଲା ବନ୍ଦେ ଭାରତ ଏକ୍ସପ୍ରେସ (Puri-Howrah Vande Bharat Express) । କାଳବୈଶାଖୀ ପ୍ରଭାବରେ ବିଦ୍ୟୁତ୍ ତାର କ୍ଷତିଗ୍ରସ୍ତ ହେବା ଯୋଗୁଁ ଟ୍ରେନ୍‌ ଅଧା ରାସ୍ତାରେ ଅଟକିଯାଇଥିଲା । ଖାଲି ଏତିକି ନୁହେଁ, ଗଛ ଡାଳ ପଡି଼ ଲୋକ ପାଇଲଟଙ୍କ ସାମ୍ନା କାଚ ମଧ୍ୟ ଭାଙ୍ଗି ଯାଇଥିଲା । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପେକ ରକ୍ଷା ପାଇଥିଲେ ଲୋକେ ପାଇଲଟ୍ । ସେପଟେ ପ୍ରାୟ ୪ ଘଣ୍ଟା ଧରି ଅଟକି ରହିବା ପରେ ଏକ ଡ଼ିଜେଲ ଇଞ୍ଜିନ ସହାୟତାରେ ଟ୍ରେନକୁ ଭଦ୍ରକ ଅଭିମୁଖେ ନିଆଯାଇଥିଲା । ସେଠାରୁ କେନ୍ଦୁଆପଡ଼ାଠାରୁ ରାତି ପ୍ରାୟ ସାଢେ ୯ଟା ବେଳେ ଏହା ବିନା ଡ଼ିଜେଲ ଇଞ୍ଜିନରେ ହାୱଡ଼ା ଅଭିମୁଖେ ଯାତ୍ରା କରିଥିଲା ।

ସୂଚନା ଥାଉ କି, ଗତ ଗୁରୁବାର ଦିନ ଅର୍ଥାତ୍ ମଇ ୧୮ ତାରିଖ ଦିନ ରାଜ୍ୟରେ ପ୍ରଥମ ଥର ପାଇଁ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସକୁ ଦିଲ୍ଲୀରୁ ଭର୍ଚୁଆଲ ମୋଡ଼ରେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ (Narendra modi) । ବନ୍ଦେ ଭାରତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ପୁରୀ ଷ୍ଟେସନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik), ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ (Ashwini Vaishnaw) ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ (Dharmendra Pradhan) ପୁରୀ ବିଧାୟକ ଓ ସାଂସଦ ମଧ୍ଯ ଉପସ୍ଥିତ ରହିଥିଲେ । ଏହାର ଲୋକାପର୍ଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରେ ମୋଦି କହିଥିଲେ ଯେ,  ଏଣିକି ପୁରୀ କୋଲକତା ଯାତ୍ରା କେବଳ ସାଢେ ୬ ଘଣ୍ଟାର ହେବ । ଏହା ଦ୍ବାରା ଯାତ୍ରୀଙ୍କ ସମୟ ବଞ୍ଚିବା ସହ ଏହା ଦ୍ବାରା କାରବାର ବୃଦ୍ଧି ହେବ। ଏହା ଓଡିଶା- ପଶ୍ଚିମବଙ୍ଗର ଆଧ୍ୟାତ୍ମିକ, ସାଂସ୍କୃତିକ ସମ୍ବନ୍ଧ ଆହୁରି ସୁଦୃଢ କରିବ।  ପ୍ରକାଶଥାଉ କି, ଏହି ଟ୍ରେନ୍ ପାଖାପାଖି ୫୦୦ କିଲୋମିଟରର ଦୂରତା ସାଢ଼େ ୬ ଘଂଟାରେ ଅତିକ୍ରମ କରିବ । ପୁରୀ ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସରେ (Vande Bharat Express) ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚି ପାରିବେ। ଚେନ୍ନାଇ ପେରାମ୍ବରୁ ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରିରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଏକ୍ସପ୍ରେସରେ ମୋଟ ୧୬ଟି କୋଚ୍ ରହିଛି । ଏହା ଘଣ୍ଟାପ୍ରତି ୧୮୦ କିମି ବେଗରେ ଗତି କରିପାରିବ । ଯାହା ଫଳରେ ହାୱଡ଼ାରୁ ପୁରୀ ଯାତ୍ରା ପ୍ରାୟ ୨ ଘଣ୍ଟା କମିଯିବ । ଟ୍ରେନ ଚାଲୁଥିବା ଯାଏଁ ଡ଼ୋର ଖୋଲିବ ନାହିଁ । ସେହିପରି ଟ୍ରେନର ଡ଼ୋର ବନ୍ଦ ନହେବା ଯାଏଁ ଏହା ଚାଲିବ ନାହିଁ । ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏଥିରେ ଅଟୋମେଟିକ୍ କ୍ଲୋଜିଂ ଡ଼ୋରର (Automatic Closing Door) ବ୍ୟବସ୍ଥା କରାଯାଇଛି । ପ୍ରତି କୋଚ୍ ରେ ୪ଟି ଲେଖାଏଁ ଏମର୍ଜେନ୍ସି ୱିଣ୍ତୋ ଓ ୪ଟି ଲେଖାଏଁ ସିସିଟିଭି କ୍ୟାମେରା (CCtv camera) ରହିଛି । ଏଥିରେ ୧୧୨୮ ଯାତ୍ରୀଙ୍କ କ୍ଷମତା ବିଶିଷ୍ଟ ୧୪ ଏସି ଚେୟାର କାର କୋଚ୍ ଓ ଦୁଇଟି କାର୍ଯ୍ୟନିର୍ବାହୀ ଏସି ଚେୟାର କାର କୋଚ୍ ରହିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୯ଟି ରୁଟ୍‌ରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ କରୁଛି ।

ଏହା ବି ପଢନ୍ତୁ-Acid Attack Survivor: ମାଆ ହେଲେ ଏସିଡ଼ ପୀଡ଼ିତା ପ୍ରମୋଦିନୀ, ଫଟୋ ସେୟାର କରି ଲେଖିଲେ....

ଏଥିରେ ଥିବା ‘ଚେୟାର୍‌କାର୍‌’ ଟିକେଟ୍‌ର ମୂଲ୍ୟ ୧୫୯୦ ଟଙ୍କା ଓ  ‘ଏକ୍ଜିକ୍ୟୁଟିଭ୍‌ ଚେୟାର୍‌’ ଟିକେଟ୍‌ର ମୂଲ୍ୟ ୨୯୦୦ ଟଙ୍କା ରଖାଯାଇଛି । ରେଳବାଇ ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଟ୍ରେନ୍‌ ନମ୍ବର ୨୨୮୯୫ (ହାଓଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌) ହାୱଡ଼ା ଠାରୁ ସକାଳ ୬ଟା ୧୦ରୁ ବାହାରି ପୁରୀରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚିବ। ଏହି ଯାତ୍ରା ସମୟରେ ଖଡ଼ଗପୁରରେ ୭ଟା ୪୦, ବାଲେଶ୍ବରରେ ୯ଟା ୩, ଭଦ୍ରକରେ ୯ଟା ୪୦, ଯାଜପୁର-କେନ୍ଦୁଝରରୋଡରେ ୧୦ଟା ୭, କଟକରେ ୧୦ଟା ୫୦, ଭୁବନେଶ୍ବରରେ ୧୧ଟା ୨୦ ଓ ଖୋର୍ଦ୍ଧାରୋଡରେ ୧୧ଟା ୪୨ ମିନିଟରେ ପହଞ୍ଚିବ। ସେହିପରି ଟ୍ରେନ୍‌ ନମ୍ବର ୨୨୮୯୬ (ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌) ୫୦୨ କିଲୋମିଟର ଗତି କରିବା ପାଇଁ ପୁରୀରୁ ଅପରାହ୍‌ଣ ୧ଟା ୫୦ରେ ଯାତ୍ରା ଆରମ୍ଭ କରିବ। ଖୋର୍ଦ୍ଧାରୋଡରେ ୨ଟା ୨୩, ଭୁବନେଶ୍ବରରେ ୨ଟା ୪୫, ଯାଜପୁର-‌କେନ୍ଦୁଝରରୋଡରେ ୪ଟା ୩, ଭଦ୍ରକରେ ୪ଟା ୩୩, ବାଲେଶ୍ବରରେ ୫ଟା ୧୩ ଓ ଖଡ଼ଗପୁରରେ ୬ଟା ୪୨ରେ ପହଞ୍ଚିବ। ଉଭୟ ଅପ୍‌ ଓ ଡାଉନ୍‌ ଟ୍ରେନ୍‌ ଭୁବନେଶ୍ବର ଷ୍ଟେସନରେ ୪ ମିନିଟ ଓ ଅନ୍ୟ ଷ୍ଟେସନଗୁଡ଼ିକରେ ୨ ମିନିଟ ଲେଖାଏଁ ଅଟକିବ। ଗୁରୁବାର ବ୍ୟତୀତ ସପ୍ତାହର ଅନ୍ୟ ୬ ଦିନ ଏହି ଟ୍ରେନ୍‌ ନିୟମିତ ଭାବେ ଚାଲିବ।