ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କୋରୋନା ମାମଲା (COVID-19 Cases) ରେ ହ୍ରାସ ରେକର୍ଡ କରାଯାଉଛି । ତଥାପି ରାଜ୍ୟରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ରାଜ୍ୟରେ କୋଭିଡ କଟଣାକୁ ଆଂଶିକ କୋହଳ କରିଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ସରକାର କୋଭିଡ୍ ଲକଡାଉନ୍ ସମ୍ବନ୍ଧୀୟ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାରେ ଲକଡାଉନ୍ ଆଂଶିକ ଭାବେ ୧୪ ଦିନ ପାଇଁ ଘୋଷଣା କରାଯାଇଛି । ୧୭ ଜୁନ ସକାଳ ୫ଟାରୁ ଜୁଲାଇ ୧ ସକାଳ ୫ ପର୍ଯ୍ୟନ୍ତ ଏହା ଲାଗୁ ରହିବ । ପୂର୍ବ ଭଳି ସପ୍ତାହନ୍ତ ସଟଡାଉନ୍ ସମସ୍ତ ଜିଲ୍ଲାରେ ଜାରି ରହିବ । ଟିକାକରଣ, ଟେଷ୍ଟି ଏବଂ ସ୍ୱାସ୍ଥ୍ୟସେବା ଭଳି କାର୍ଯ୍ୟ ପାଇଁ କଟକଣା ନାହିଁ ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କୋଭିଶିଲ୍ଡର ଦୁଇଟି ଡୋଜର ବ୍ୟବଧାନକୁ ବୃଦ୍ଧି କରିବାର ନିଷ୍ପତ୍ତକୁ ନେଇ ଏପରି କିଛି କହିଲେ NTAGI ଅଧ୍ୟକ୍ଷ


ସେହିପରି ଲକଡାଉନ୍ ସମୟରେ କମ୍ ସଂକ୍ରମଣ ହାର ଥିବା ୧୭ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏବଂ ୧୩ଟି ଜିଲ୍ଲାରେ ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ପାଇଁ ଦୋକାନ ଖୋଲା ରହିବ । 


ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହି ଜିଲ୍ଲାଗୁଡ଼ିକ 


ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବଉଦ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା


ଅଧିକ ପଢ଼ନ୍ତୁ:-ଦେଶରେ ଗତ ୨୪ ଘଣ୍ଟାରେ ୬୨ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ଆକ୍ରାନ୍ତ


ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହି ଜିଲ୍ଲାଗୁଡ଼ିକ 


ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା। 


ଟୀକାକରଣ, ଟେଷ୍ଟିଂ ଏବଂ ସ୍ବାସ୍ଥ୍ୟସେବା ଭଳି କାର୍ଯ୍ୟ ପାଇଁ କଟକଣା ନାହିଁ ।  ଲକଡାଉନ୍ ସମୟରେ ଦୁଗ୍ଧ ବ୍ୟବସାୟୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମିଠା ଦୋକାନଗୁଡିକ ନିର୍ଦ୍ଧାରିତ ସମୟାନୁସାରେ ଖୋଲିବାକୁ ଅନୁମତି ଦିଆଯାଇଛି । ପୂର୍ବ ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ, ବ୍ରତ ଏବଂ ସାମାଜିକ କାର୍ଯ୍ୟକ୍ରମ ପାଇଁ ରହିଥିବା କଟକଣାରେ କୌଣସି ପରିବର୍ତ୍ତନ ହୋଇନାହିଁ । 


ଅଧିକ ପଢ଼ନ୍ତୁ:-ରାମ ମନ୍ଦିର: ଚମ୍ପତ ରାୟ ବୁଝାଇଲେ ଜମି କିଣାର ସମ୍ପୂର୍ଣ୍ଣ 'ଗଣିତ', ଲୋକଙ୍କୁ କଲେ ଏହି ଅପିଲ


ପଶ୍ଚିମ ତଥା ଦକ୍ଷିଣ ଓଡିଶା ଜିଲ୍ଲାରେ ଲକଡାଉନ୍ କୋହଳ ସମୟରେ ଉଠା ଦୋକାନଗୁଡିକ ବ୍ୟବସାୟ କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି । ତେବେ ଦୋକାନରୁ କେବଳ ଖାଦ୍ୟ ପୁଡିଆ ପାର୍ସଲ ଭାବରେ ନେଇ ପାରିବେ । ନିର୍ମାଣ କାର୍ଯ୍ୟ, ଶିଳ୍ପ ତଥା ଅନ୍ୟାନ୍ୟ କ୍ଷେତ୍ର ପାଇଁ ପୂର୍ବଭଳି କଟକଣା କୋହଳ ରହିବ । କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଏହି ସବୁ କ୍ଷେତ୍ରରେ କାର୍ଯ୍ୟ ଜାରି ରହିବ ।