• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ଆଗକୁ ଆସୁଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ହେଲେ ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବା ସହ ୨୦-୨୩ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ।

ଆଗକୁ ଆସୁଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର:ପୁଣି ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୨୦ ତାରିଖ ସୁଦ୍ଧା ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Regional Meteorological Center)। ସେପଟେ ଗତ ୧୩ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଓଡିଶା ପ୍ରତି ଏହାର ପ୍ରଭାବ ବିଶେଷ ନଥିଲା। 

ହେଲେ ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବା ସହ ୨୦-୨୩ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କାଁଭାଁ ହାଲକା ବର୍ଷା ହେବ । ସେପ୍ଟେମ୍ବର ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାସହ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ୪୫ରୁ ୫୫ କିଲୋମିଟର ବେଗର ପବନ ବହିବାର ସମ୍ଭାବନା ଥିବାରୁ ୨୦ ତାରିଖ ସୁଦ୍ଧା ସମୁଦ୍ର ଉପକୂଳରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ସେପଟେ ଲଘୁଚାପ ଜନିତ ବର୍ଷାକୁ ନେଇ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର-ଏସଆରସି(SRC-Special Relief Commisioner)।