Advertisement
Article Detail0/zeeodisha/odisha769050
Zee OdishaOdisha Stateପାଖେଇ ଆସୁଛି ଲଘୁଚାପ, ୨୨ ଯାଏ ବର୍ଷିବ !

ପାଖେଇ ଆସୁଛି ଲଘୁଚାପ, ୨୨ ଯାଏ ବର୍ଷିବ !

Odisha Weather Update: ଆସନ୍ତାକାଲି ୨୦ ତାରିଖରେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା (Heavy Rains) ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଖେଇ ଆସୁଛି ଲଘୁଚାପ, ୨୨ ଯାଏ ବର୍ଷିବ !

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: Odisha Weather Update: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୧୨ରୁ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପର ରୂପ ନେବ । ଯାହାର ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଓ ଅତି ପ୍ରବଳ ବର୍ଷା (Heavy Rains) ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଉପକୂଳ ଓଡିଶା ସହ ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘଡଘଡି ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।

ଅଧିକ ପଢ଼ନ୍ତୁ:-ଗେହଲଟ ବନାମ ପାଇଲଟ: ରାଜସ୍ଥାନ କଂଗ୍ରେସରେ ଝଡ଼ ପୂର୍ବର ନୀରବତା !

ସେହିପରି ଆସନ୍ତାକାଲି ୨୦ ତାରିଖରେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖ ଯାଏଁ ଏପରି ବିକ୍ଷିପ୍ତ ଭାବେ ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ସମୁଦ୍ର ଅଶାନ୍ତ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ପ୍ରବେଶ କରିବା ନେଇ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Add Zee News as a Preferred Source
About the Author