ଭୁବନେଶ୍ୱର: Odisha Weather Update: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ଏବେ ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟାପ୍ରତି ୨୧ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ମୁହାଁଇଛି । ବର୍ତ୍ତମାନ ଏହା ଝାରସୁଗୁଡା ଠାରୁ ୫୦ କିଲୋମିଟର ଦୂର ପଶ୍ଚିମ ଉତ୍ତର ପଶ୍ଚିମ ଏବଂ ଅମ୍ବିକା ପୁର ଠାରୁ ୧୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ ପୂର୍ବ  ଦିଗରେ ରହିଛି । ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତ ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଯିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ  କେନ୍ଦ୍ର (Bhubaneswar Meteorological Centre) । 


COMMERCIAL BREAK
SCROLL TO CONTINUE READING

ବାୟୁମଣ୍ଡଳରେ ଜଳୀୟବାଷ୍ପ ଅଧିକ ପରିମାଣରେ ବୃଦ୍ଧି ପାଇଥିବା କାରଣରୁ ଲଘୁଚାପର ପ୍ରଭାବ ଅଧିକ ରହିଛି । ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଖୋର୍ଦ୍ଧାରେ ପ୍ରବଳ ବର୍ଷା (Heavy Rain) ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ ଓ ଝଟକା ପବନ ୬୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ସମୁଦ୍ର ଅଶାନ୍ତ ରହିବା କାରଣରୁ କାଲି ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ରାଜ୍ୟର ସମସ୍ତ ବନ୍ଦର ଗୁଡିକରେ ୩ ନମ୍ବର ବିପଦ ସଂକେତ ଜାରି କରିଛି ପାଣିପାଗ କେନ୍ଦ୍ର । 


ଏହି ଅବପାତର ପ୍ରଭାବ ଆସନ୍ତା କାଲି ପର୍ଯ୍ୟନ୍ତ ଜାରି ରହିବ । କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଝାଡସୁଗୁଡା,ବରଗଡ଼, ସୁନ୍ଦରଗଡ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ପୁଣି ଦିନକ ପରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଯଦିଓ ତାହାର ଗଭୀରତା ଅଧିକ ହେବନାହିଁ ତଥାପି ଉପକୂଳ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି IMD କହିଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ ।


ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳର ତାଳଚେର ଠାରେ ୩୯୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ସୋନପୁରର ବୀରମହାରାଜ ପୁର ୩୭୨ ମିଲିମିଟର, ସୋନପୁରରେ ୨୮୨ ମିଲିମିଟର, ବୌଦ୍ଧର ବୌଦ୍ଧ ଗଡରେ ୨୬୨ ମିଲିମିଟର, ବଲାଙ୍ଗୀର ପାଟଣାଗଡରେ ୨୫୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ରାଜ୍ୟର ମୋଟ ୧୬ ସ୍ଥାନରେ ୨୦୦ ରୁ ୩୯୪ ମିଲିମିଟର ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇଛି । ୨୨ଟି ସ୍ଥାନରେ ୧୪୦ ରୁ ୨୦୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।


ଅଧିକ ପଢ଼ନ୍ତୁ:-କୋରୋନା ମାମଲାରେ ଆସିଲା ବଡ଼ ଆଶ୍ୱସ୍ତିକର ଖବର


ଅଧିକ ପଢ଼ନ୍ତୁ:-ଆଫଗାନିସ୍ତାନକୁ ୪୭୦ କୋଟି ଟଙ୍କାର ଆର୍ଥିକ ସହାୟତା ଦେବ ଆମେରିକା, ମିଳିତ ଜାତିସଂଘ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟ ସହାୟତା ପାଇଁ କଲେ ଘୋଷଣା


ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍


ଅଧିକ ପଢ଼ନ୍ତୁ:-ଖୁବ୍ ଶୀଘ୍ର ମିଳିବ ଖୁସି ଖବର! ୧୮ ମାସର ମହଙ୍ଗା ଭତ୍ତା ବକେୟାକୁ ନେଇ ପୁଣି ବଢ଼ିଛି ଆଶା, ଏବେ ପିଏମ ମୋଦି ନେବେ ନିଷ୍ପତ୍ତି