ଭୁବନେଶ୍ୱର: Odisha Weather Update, Odisha Rain: ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ଲଘୁଚାପ କ୍ଷେତ୍ରଟି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସକ୍ରିୟ ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Odisha Heavy Rain) ହେବାର ସମ୍ଭାବନା ରହିଛି । ଏହାର ସୂଚନା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Centre) ତରଫରୁ ଦିଆଯାଇଛି । 


COMMERCIAL BREAK
SCROLL TO CONTINUE READING

ପାଣିପାଗ ବିଭାଗ ତରଫରୁ ଆଜି ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକ । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ।


ଆଜି ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ। । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି ।


ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ଓ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି । ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ପର୍ଯ୍ୟନ୍ତ ଝଡ ସହ ପବନ ବହିବାର ଆଶଙ୍କା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ଆଜି ଠାରୁ ୧୨ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି। 


ଏହା ବି ପଢ଼ନ୍ତୁ:-ରେଲୱେ ବାତିଲ କଲା ପୁଣି ୧୮୪ ଟ୍ରେନ୍, ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍


ଏହା ବି ପଢ଼ନ୍ତୁ:-'ନୀତିଶ କୁମାର ସାହସ ଦେଖାଇଛନ୍ତି', ଜାଣନ୍ତୁ କାହିଁକି ବିଜେପି ନେତ୍ରୀ ଉମା ଭାରତୀ ବିହାର ମୁଖ୍ୟମନ୍ତ୍ରୀଙ୍କ କଲେ ଭୁରି ଭୁରି ପ୍ରଶଂସା


ଏହା ବି ପଢ଼ନ୍ତୁ:-ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ବଡ଼ ଅଘଟଣ, ୧୫ ମୃତ


 


ରାଜ୍ୟରେ ଚଳିତ ବର୍ଷ ଜୁନ ୧ ରୁ ୯ ସେପ୍ଟେମ୍ବର ମଧ୍ୟରେ ୧୦୨୩.୦ ମି ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷା ୧୦୦୧.୧ ମି ବର୍ଷା ତୁଳନାରେ ୨ ପ୍ରତିଶତ ଅଧିକ। ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ଭଦ୍ରକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ଠାରୁ ଅଧିକ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲା ଗୋପାଳପୁର ଠାରେ ୯୪.୪ ମିଲିମିଟର ସର୍ବାଧିକ ବର୍ଷା ରେକର୍ଟ କରାଯାଇଛି। କୋରାପୁଟ ଜିଲ୍ଲା ପଟାଙ୍ଗିରେ ୭୨ମିମି ଓ ଭୁବନେଶ୍ୱର ୨୦ ମି.ମି  ବର୍ଷା ରେକର୍ଡ କରାଯାଇଛି।