Weather Update: ଦୁର୍ବଳ ହେଲା ଅବପାତ, ଆଜି ରାଜ୍ୟର ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Advertisement

Weather Update: ଦୁର୍ବଳ ହେଲା ଅବପାତ, ଆଜି ରାଜ୍ୟର ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବୁଧବାର ପାଇଁ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ବ୍ୟତୀତ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷିବ। ୧୧ ଜିଲ୍ଲା (କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେଓଗଡ, ସନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ) ଜିଲ୍ଲାରେ ପ୍ରବଳ ବର୍ଷିବା ସମ୍ଭାବନା ଅଛି।

ପ୍ରତିକାତ୍ମକ

Weather Update, ଭୁବନେଶ୍ୱର: ଦୁର୍ବଳ ହେଲା ଅବପାତ। ଅବପାତ ଆଜି ପୂର୍ବ ରାଜସ୍ଥାନ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ନିଜର ଗତି ପଥ ବଜାୟ ରଖିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳର ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ରୁ ୫.୮ କିମି ଉଚ୍ଚରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଆଜି ୮ ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ପାଇଁ ୟେଲୋ ଚେତାବନୀ ଦିଆଯାଇଛି। ବିଶେଷ କରି ଉତ୍ତର, ପଶ୍ଚିମ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ।  

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବୁଧବାର ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ବୁଧବାର ୮ ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ପାଇଁ ୟେଲୋ ଚେତାବନୀ ଦିଆଯାଇଛି। ଉତ୍ତର ଉପକୁଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି ହୋଇଛି।

Also Read: ବନ୍ୟା ବେଳେ ବଢିଲା ଜଳବାହିତ ରୋଗ ସମସ୍ୟା

ସେହିପରି ଉତ୍ତର ଓଡିଶାର ସମସ୍ତ ୧୫ ଜିଲ୍ଲା ବ୍ୟତୀତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଦକ୍ଷିଣ ଓଡିଶାରେ ଶୁଖିଲା ପାଗ ରହିବ। କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ବୌଦ୍ଧ ଓ ସୋନପୁରରେ ବର୍ଷା ନଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେହିପରି ବୁଧବାର ପାଇଁ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ବ୍ୟତୀତ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷିବ। ୧୧ ଜିଲ୍ଲା (କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେଓଗଡ, ସନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ) ଜିଲ୍ଲାରେ ପ୍ରବଳ ବର୍ଷିବା ସମ୍ଭାବନା ଅଛି। ଏହା ସହ ଅନ୍ୟ ଜିଲ୍ଲା ଗୁଡିକର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ବଜ୍ରପାତ ହେବାର ସମ୍ଭାବନା ଅଛି।

Also Read: Khordha Flood: ଘରେ ଆଣ୍ଠୁଏ ପାଣି, ବାହାରି ବି ଆଣ୍ଠୁଏ ପାଣି

ବର୍ତ୍ତମାନ ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗିରହିଛି। ଲଘୁଚାପ ଜନିତ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଫଳରେ ଶତାଧିକ ଗାଁ ଜଳବନ୍ଦୀରେ ଥିବା ବେଳେ ହଜାର ହଜାର ଏକର ଫସଲ ବୁଡି ଯାଇଛି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଲୋକଙ୍କୁ ଶୁଖିଲା ଖାଦ୍ୟ, ପଲିଥିନ, ଔଷଧ ଓ ଅନ୍ୟାନ୍ୟ ଆବଶ୍ୟକୀୟ ବସ୍ତୁ ପ୍ରଦାନ କରାଯାଉଛି। ତେବେ ଆଗକୁ ଆହୁରି ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଜନିତ ସମସ୍ୟା ଆହୁରୀ ବୃଦ୍ଧି ପାଇବାର ଆଶଙ୍କା ରହିଛି। 

ସେପଟେ ୧ ଜୁନ ୨୦୨୨ରୁ ୨୨ ଅଗଷ୍ଟ ୨୦୨୨ ମଧ୍ୟରେ ରାଜ୍ୟରେ ୯୪୧.୯ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସମୟର ସ୍ୱାଭାବିକ ବର୍ଷା ୮୨୨.୯ ମିମି ତୁଳନାରେ ୧୪% ଅଧିକ ରହିଛି। କନ୍ଧମାଳ (+୭୧%)ରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି। ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡା ଏବଂ ଗଜପତି ରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି।