୨ ଦିନରେ ଫେରିବ ମୌସୁମୀ
Advertisement

୨ ଦିନରେ ଫେରିବ ମୌସୁମୀ

Odisha Weather Update: ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଥିବା ଅବପାତ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହୋଇଛି ।

୨ ଦିନରେ ଫେରିବ ମୌସୁମୀ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: Odisha Weather Update: ୨ ଦିନରେ ଫେରିବ ମୌସୁମୀ ।  ଚଳିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବାହୁଡିବା ନେଇ ପାଗ ଅନୁକୂଳ ରହିଛି, ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରୁ ଏହା ପ୍ରତ୍ୟାବର୍ତ୍ତନ କରିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ସାରା ଓଡିଶାରୁ ଏହା ଫେରିଯିବ ।

ସେପଟେ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଥିବା ଅବପାତ ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହୋଇଛି । ଓଡିଶାରେ ଏହାର ଆଉ କୌଣସି ପ୍ରଭାବ ନାହିଁ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ପ୍ରବଳ ବର୍ଷାର ସତର୍କ ସୂଚନା ନାହିଁ । ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଉପକୂଳ ଓଡିଶା ସମେତ କେଉଁଝର, ମୟୂରଭଂଜ, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ ଜିଲ୍ଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ କେତେ ମିଳିବ ଦୀପାବଳି ବୋନସ, ଜାଣନ୍ତୁ ସରକାରଙ୍କ ଗଣିତ

ସେପଟେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ପବନର ବେଗ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ହେତୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ବାରଣ କରାଯାଇଛି ।