ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha1294668

ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

Odisha Weather Update, Odisha Rain: ଘନୀଭୂତ ହେଉଛି ସୁଦୃଶଃ ଲଘୁଚାପ କ୍ଷେତ୍ର । ଆଗାମୀ କିଛି ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡିଶା-ଛତିଶଗଡ ମଧ୍ୟ ଦେଇ ଗତି କରିବ ।  ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Odisha Rain) ହେବାର ସମ୍ଭାବନା ରହିଛି । ଏହାସହ ରାଜ୍ୟର ୩ ଜିଲ୍ଲାକୁ ରେଡ୍ ଆଲର

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: Odisha Weather Update, Odisha Rain: ଘନୀଭୂତ ହେଉଛି ସୁଦୃଶଃ ଲଘୁଚାପ କ୍ଷେତ୍ର । ଆଗାମୀ କିଛି ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡିଶା-ଛତିଶଗଡ ମଧ୍ୟ ଦେଇ ଗତି କରିବ ।  ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Odisha Rain) ହେବାର ସମ୍ଭାବନା ରହିଛି । ଏହାସହ ରାଜ୍ୟର ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ (Bhubaneswar Meteorological Centre)। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (Heavy Rain) ହେବାର ସମ୍ଭାବନା ରହିଛି । ଏହାସହ ଅଗଷ୍ଟ ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି । 

ଆଗାମୀ କିଛି ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ନୟାଗଡ଼ ଏବଂ ପୁରୀ । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଲ, ଯାଜପୁର, କଟକ, ଜଗତସିଂହପୁର, ରାଉରକେଲା, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ବାଲେଶ୍ୱର । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି । 

ଏହା ବି ପଢ଼ନ୍ତୁ:-ହନିମୁନ୍ ପିରିୟଡ ଶେଷ! ଏକନାଥ ସିନ୍ଦେଙ୍କ ଉପରେ ବର୍ଷିଲେ ଏହି ବିଧାୟକ; ଆସ୍ଥା ଭୋଟ ସମୟରେ ଦେଇଥିଲେ ସାଥ୍

ଏହା ବି ପଢ଼ନ୍ତୁ:-ମଙ୍ଗଳବାର ଭୁଲରେ ବି କରନ୍ତୁ ନାହିଁ ଏସବୁ କାମ, ନଚେତ୍ ଭୋଗିବେ ଏହାର ଖରାପ ପରିଣାମ!

ଏହା ବି ପଢ଼ନ୍ତୁ:-ଭାଙ୍ଗିବ ସିନ୍ଦେ ସରକାର! ବିଜେପି ନେତା ଏକନାଥଙ୍କ ଘନିଷ୍ଠ ସହଯୋଗୀଙ୍କୁ ଦେଲେ ଡ୍ରାଇଭର ଚାକିରିର ଅଫର

ସେପଟେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧୦ ବରଗଡ଼, ସମ୍ୱଲପୁର, ଅନୁଗୋଳ, କେନ୍ଦୁଝର ଏବଂ ସମ୍ୱଲପୁର ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଢେଙ୍କାନାଲ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେଓଗଡ଼ ବଲାଙ୍ଗୀର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଏବଂ ବୌଦ୍ଧ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ପାଣିପାଗ କେନ୍ଦ୍ର ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ନୂଆପଡ଼ା । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।