ଭୁବନେଶ୍ୱର: Odisha Weather Update, Odisha Rain: ଘନୀଭୂତ ହେଉଛି ସୁଦୃଶଃ ଲଘୁଚାପ କ୍ଷେତ୍ର । ଆଗାମୀ କିଛି ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡିଶା-ଛତିଶଗଡ ମଧ୍ୟ ଦେଇ ଗତି କରିବ ।  ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Odisha Rain) ହେବାର ସମ୍ଭାବନା ରହିଛି । ଏହାସହ ରାଜ୍ୟର ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ (Bhubaneswar Meteorological Centre)। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (Heavy Rain) ହେବାର ସମ୍ଭାବନା ରହିଛି । ଏହାସହ ଅଗଷ୍ଟ ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି । 


COMMERCIAL BREAK
SCROLL TO CONTINUE READING

ଆଗାମୀ କିଛି ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ନୟାଗଡ଼ ଏବଂ ପୁରୀ । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।


ଆଜି ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଲ, ଯାଜପୁର, କଟକ, ଜଗତସିଂହପୁର, ରାଉରକେଲା, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ବାଲେଶ୍ୱର । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି । 


ଏହା ବି ପଢ଼ନ୍ତୁ:-ହନିମୁନ୍ ପିରିୟଡ ଶେଷ! ଏକନାଥ ସିନ୍ଦେଙ୍କ ଉପରେ ବର୍ଷିଲେ ଏହି ବିଧାୟକ; ଆସ୍ଥା ଭୋଟ ସମୟରେ ଦେଇଥିଲେ ସାଥ୍


ଏହା ବି ପଢ଼ନ୍ତୁ:-ମଙ୍ଗଳବାର ଭୁଲରେ ବି କରନ୍ତୁ ନାହିଁ ଏସବୁ କାମ, ନଚେତ୍ ଭୋଗିବେ ଏହାର ଖରାପ ପରିଣାମ!


ଏହା ବି ପଢ଼ନ୍ତୁ:-ଭାଙ୍ଗିବ ସିନ୍ଦେ ସରକାର! ବିଜେପି ନେତା ଏକନାଥଙ୍କ ଘନିଷ୍ଠ ସହଯୋଗୀଙ୍କୁ ଦେଲେ ଡ୍ରାଇଭର ଚାକିରିର ଅଫର


ସେପଟେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧୦ ବରଗଡ଼, ସମ୍ୱଲପୁର, ଅନୁଗୋଳ, କେନ୍ଦୁଝର ଏବଂ ସମ୍ୱଲପୁର ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଢେଙ୍କାନାଲ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେଓଗଡ଼ ବଲାଙ୍ଗୀର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଏବଂ ବୌଦ୍ଧ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ପାଣିପାଗ କେନ୍ଦ୍ର ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ନୂଆପଡ଼ା । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।