Odisha Weather Update: ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Advertisement

Odisha Weather Update: ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather Update: ସେପ୍ଟେମ୍ବର ୧୯ ଓ ୨୦ରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେପ୍ଟେମ୍ବର ୧୮ ଓ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି); ୨୦ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (Heavy Rain) (୭ ରୁ ୨୦ ସେମି)  ସମ୍ଭାବନା ରହିଛି ।

Odisha Weather Update: ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: Odisha Weather Update, Odisha Rain: ମାଡ଼ି ଆସୁଛି ଆଉ ଏକ ଲଘୁଚାପ । ଯାହା ଫଳରେ ରାଜ୍ୟରେ ପୁଣିଥରେ ଲଗାଣ ବର୍ଷା (Odisha Rain) ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ  (Bhubaneswar Meteorological Centre) ଅନୁସାରେ, ସେପ୍ଟେମ୍ବର ୧୮ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପରେ ପରିଣତ ହେବ । ସେପ୍ଟେମ୍ବର ୧୯ ଓ ୨୦ରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।  ସେପ୍ଟେମ୍ବର ୧୮ ଓ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି); ୨୦ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (Heavy Rain) (୭ ରୁ ୨୦ ସେମି)  ସମ୍ଭାବନା ରହିଛି ।

ମୌସୁମୀ ନିମ୍ନ-ଚାପ ରେଖା ନିଜର ସାଧାରଣ ଅବସ୍ଥାନ ଠାରୁ ସାମାନ୍ୟ ଦକ୍ଷିଣ ଅବସ୍ଥାନ କରିଛି । ଏହା ରାଜସ୍ଥାନର ବିକେନାରରୁ ବାହାରି ନାରକୁଲ, ମଧ୍ୟ-ଉତ୍ତର ମଧ୍ୟପ୍ରଦେଶ ଅଞ୍ଚଳରେ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ର, ସିଦ୍ଧି, ପାଟନା ଏବଂ ଦିଘା ଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର, ତଥା ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ସେପ୍ଟେମ୍ବର ୧୮ରେ ଦକ୍ଷିଣ ଓଡ଼ିଶାରେ ବିସ୍ତୃତି ବର୍ଷା ହେବ ଓ ୧୯ରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ଅର୍ଥାତ ସେପ୍ଟେମ୍ୱର ୧୭ରେ ପାଣିପାଗ ବିଭାଗ ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି ।  

ସେହିପରି ଗତକାଲି ଅର୍ଥାତ ସେପ୍ଟେମ୍ୱର ୧୮ରେ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପ୍ଟେମ୍ୱର ୧୯ରେ ଯେଉଁସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା । 

ଅଧିକ ପଢ଼ନ୍ତୁ:-କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ; ଜାଣନ୍ତୁ ତାଙ୍କର କେତୋଟି ରହିଛି କାର୍, କ'ଣ ରହିଛି ଶିକ୍ଷାଗତ ଯୋଗ୍ୟତା

ଅଧିକ ପଢ଼ନ୍ତୁ:-ଏକନାଥ ସିନ୍ଦେଙ୍କୁ ଏହି ଡିଲ୍ ବଦଳରେ ବିଜେପି ଠାରୁ ମିଳିଛି ମୁଖ୍ୟମନ୍ତ୍ରୀ ଗାଦି!

ଅଧିକ ପଢ଼ନ୍ତୁ:-ନୀତିଶ କୁମାରଙ୍କ ସହ ସାକ୍ଷାତ ପରେ ପ୍ରଶାନ୍ତ କିଶୋର କଲେ ବଡ଼ ଘୋଷଣା!

ସେପଟେ ସେପ୍ଟେମ୍ୱର ୨୦ରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଲ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, ଅନୁଗୋଳ, ଏବଂ ସମ୍ୱଲପୁର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି ।