Matric Exam 2025: ଭୁବନେଶ୍ୱର: ୨୦୨୫ରେ ହେବାକୁ ଥିବା ମାଟ୍ରିକ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫର୍ମ ପୂରଣ ଅବଧିକୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଗତ ୩ ତାରିଖରୁ ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କର ଅନଲାଇନରେ ଆରମ୍ଭ ହୋଇଥିବା ଏହି ଫର୍ମ ପୂରଣର ଶେଷ ସମୟ ସୋମବାର ରାତି ୧୧ଟା ୪୫ ପର୍ଯ୍ୟନ୍ତ ଥିଲା। ମାତ୍ର ଅନେକ ପରୀକ୍ଷାର୍ଥୀ ଧାର୍ଯ୍ୟ ସମୟ ମଧ୍ୟରେ ଫର୍ମ ପୂରଣ କରାଇ ପାରିନଥିବାରୁ ଛାତ୍ରଛାତ୍ରୀଙ୍କର ଭବିଷ୍ୟତକୁ ଦୃଷ୍ଟିରେ ରଖି ବୋର୍ଡ ପକ୍ଷରୁ ଫର୍ମ ପୂରଣ ଅବଧିକୁ ୨୫ ତାରିଖ ରାତି ୧୧ଟା ୪୫ ମିନିଟ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। 


COMMERCIAL BREAK
SCROLL TO CONTINUE READING

ଏହି ସମୟ ମଧ୍ୟରେ ଯେଉଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିନଥିବେ ସେମାନେ ଆସନ୍ତା ୨୦୨୫ରେ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଦେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ୨୦୨୫ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷା ଆସନ୍ତା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବ। 


ସୂଚନାଯୋଗ୍ୟ ଆସନ୍ତା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ।  ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ମଧ୍ୟ ଘୋଷଣା କରାଯାଇଛି। ତେବେ, ଆସନ୍ତୁ ଜାଣିବା କେଉଁ ଦିନ କେଉଁ ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଫେବୃଆରୀ ୨୧ ରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ସେହିପରି ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ । ମାର୍ଚ୍ଚ ୩ ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ । ସେହି ଦୃଷ୍ଟିରୁ ଗଣିତ ପରୀକ୍ଷା ୧୧ଟା ୪୫ରେ ସରିବ । ପରୀକ୍ଷା ତଦାରଖ ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ବ୍ୟବସ୍ଥା କରାଯାଇଛି । ସବୁ ନୋଡାଲ ଓ ପରୀକ୍ଷା କେନ୍ଦ୍ରରେ ସିସିଟିଭି ରହିବ। ଓ୍ୱେବ ଟେଲିକାଷ୍ଟିଂ କରିବା ଯୋଜନା କରାଯାଉଛି । ଇଓ ଜରିଆରେ ପରିଚାଳନା ତ୍ରୁଟି ଜାଣିବାକୁ ବ୍ୟବସ୍ଥା ।