Advertisement
Article Detail0/zeeodisha/odisha2285802
Zee OdishaOdisha Education And JobOdisha Education Department: ଆସିଲା ନିର୍ଦ୍ଦେଶ, ରାଜ୍ୟରେ ଏହି ଦିନ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ

Odisha Education Department: ଆସିଲା ନିର୍ଦ୍ଦେଶ, ରାଜ୍ୟରେ ଏହି ଦିନ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ

Odisha Schools to Reopen: ଶିକ୍ଷା ବିଭାଗର ବାର୍ଷିକ କ୍ୟାଲେଣ୍ଡର ଅନୁଯାୟୀ ଆସନ୍ତା ୧୭ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ବିଦ୍ୟାଳୟ ଖୋଲିବାର କାର୍ଯ୍ୟକ୍ରମ ରହିଛି। ଏହି ଦିନ ବକ୍ରିଇଦ୍ ଥିବାରୁ ଜୁନ୍ ୧୮ରୁ ସ୍କୁଲ୍ ଖୋଲିବ।

 

Odisha Schools to Reopen
Odisha Schools to Reopen

ଭୁବନେଶ୍ଵର: ଗ୍ରୀଷ୍ମ ଅବକାଶ ସରିବାକୁ ଯାଉଛି। ତେଣୁ ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲିବା ନେଇ ପୂର୍ବରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଆସନ୍ତା ୧୮ ତାରିଖରେ ସମସ୍ତ ବିଦ୍ୟାଳୟ ଖୋଲିବ। ଶ୍ରେଣୀ ଗୃହଠାରୁ ଆରମ୍ଭ କରି ଶୌଚାଳୟ ପର୍ଯ୍ୟନ୍ତ ସବୁ ପରିଷ୍କାର ପରିଚ୍ଛନ୍ନ କରିବାକୁ  ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରେଣୀଗୃହ, କ୍ୟାମ୍ପସ ସଫା କରାଯିବା ସହ ଅନାବନା ଗଛ କାଟି ସ୍କୁଲ ପରିସର ପରିଷ୍କାର କରିବାକୁ ନିର୍ଦ୍ଦେଶ ରହିଛି। 

ସୂଚନାଯୋଗ୍ୟ ଯେ, ଶିକ୍ଷା ବିଭାଗର ବାର୍ଷିକ କ୍ୟାଲେଣ୍ଡର ଅନୁଯାୟୀ ଆସନ୍ତା ୧୭ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ବିଦ୍ୟାଳୟ ଖୋଲିବାର କାର୍ଯ୍ୟକ୍ରମ ରହିଛି। ଏହି ଦିନ ବକ୍ରିଇଦ୍ ଥିବାରୁ ଜୁନ୍ ୧୮ରୁ ସ୍କୁଲ୍ ଖୋଲିବ। ବିଦ୍ୟାଳୟ ଖୋଲିବାକୁ ଆଉ ମାତ୍ର ୧୧ଦିନ ଥିବା ବେଳେ ଏନେଇ ସମୀକ୍ଷା ମଧ୍ୟ ସରିଛି। ସ୍କୁଲ ଖୋଲିବାର ସପ୍ତାହେ ପୂର୍ବରୁ ସମସ୍ତ ଶ୍ରେଣୀଗୃହ ଓ କ୍ୟାମ୍ପସକୁ ସଫାସୁତୁରା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। 

ସେହିଭଳି ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ନିମନ୍ତେ ରୋଷେଇ ଘର ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରିବା ଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟ ସୁନିଶ୍ଚିତ କରିବା ଲାଗି ବିଦ୍ୟାଳୟ ଖୋଲିବାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‍ ୧୭ତାରିଖରେ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ବିଦ୍ୟାଳୟ ଆସିବା ନେଇ ବାଧ୍ୟତାମୂଳକ କରାଯାଇଛି। 

Add Zee News as a Preferred Source

ଏଥିସହ ପାଣି ଟାଙ୍କି ସଫା କରିବା, ଶ୍ରେଣୀଗୃହର ଆସବାବପତ୍ର ସଫା କରି ଠିକ୍‌ ଭାବେ ସଜାଇବା ଓ ଶୌଚାଳୟକୁ ବ୍ୟବହାର ଉପଯୋଗୀ କରିବାକୁ କହିଛନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ ଘର, ଗ୍ୟାସ୍‌ ଚୁଲା ପରି ଆନୁଷଙ୍ଗିକ ପ୍ରସ୍ତୁତି କରିବା, ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରୀ ସହ ଇଣ୍ଟରନେଟ୍‌ ସଂଯୋଗ ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲା ଶିକ୍ଷାଧିକରୀ (ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ୍‌ ୧୭ତାରିଖ ଦିନ ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ସମେତ ରୋଷେୟା ଓ ସହାୟକ କାର୍ଯ୍ୟରେ ଯୋଗଦେବେ। ସ୍କୁଲରେ ସ୍ବଚ୍ଛତା ନେଇ ସମସ୍ତ କାର୍ଯ୍ୟ ହୋଇଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ୧୧୭ ତାରିଖରେ ଜିଲ୍ଲା ଏବଂ ରାଜ୍ୟ ଯାଞ୍ଚ ଟିମ୍‌ ସ୍କୁଲ ପରିଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

About the Author