Odia Movie Niyati: ଭୁବନେଶ୍ୱର: ଏସ ଥ୍ରୀ ମୁଭିଜ ସହିତ ରିସା ଫିଲ୍ମସ ର ପ୍ରଯୋଜନା ଏବଂ ସମରେଶ ରାଉତରାୟଙ୍କ ପ୍ରସ୍ତୁତିରେ ନିର୍ମିତ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର ନିୟତି ସାରା ଓଡିଶାର କୋଡିଏଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଚଳଚ୍ଚିତ୍ର ନିୟତିର ପ୍ରିମିଅର ଶୋ ସ୍ଵାତି ସିନେପ୍ଲେକ୍ସଠାରେ ଅନୁଷ୍ଠିତ ହୋଇଥିଲା। ଓଡ଼ିଆ ସିନେମା ଜଗତର ଅନେକ ପ୍ରଯୋଜକ, ନିର୍ଦ୍ଦେଶକ ତଥା ଅଭିନେତା ଅଭିନେତ୍ରୀମାନେ ଚଳଚ୍ଚିତ୍ର ଦେଖିବା ପାଇଁ ତଥା ସିନେପ୍ରେମୀଙ୍କ ମନରେ ଓଡ଼ିଆ ସିନେମା ପ୍ରତି ଆଗ୍ରହ ବଢେଇବା ପାଇଁ ଉପସ୍ଥିତ ଥିଲେ। 


COMMERCIAL BREAK
SCROLL TO CONTINUE READING

ନିର୍ଦ୍ଦେଶକ ଅବତାର ସିଂ, ପ୍ରଯୋଜକ ଅକ୍ଷୟ ପରିଜା, ପ୍ରଣବ ଦାସ, ସଚ୍ଚିକାନ୍ତ ଜେନା, ବିନି ପଟ୍ଟନାୟକ, ଶ୍ରୀଧର ମାର୍ଥା, ଏନ ଗଙ୍ଗାଧର ରେଡ୍ଡୀ, ଗଦାଧର ପୁଟି, ସୁଶାନ୍ତ ମଣି, ଯୁବ ପ୍ରଯୋଜକ ତଥା ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ, ଅଭିନେତ୍ରୀ ଅନୁ ଚୌଧୁରୀ, ଅଭିନେତା ପାର୍ଥ ସାରଥୀଙ୍କ ସମେତ ଚଳଚ୍ଚିତ୍ରର ପ୍ରଯୋଜକ ତଥା ବରିଷ୍ଠ ଅଭିନେତା ସମରେଶ ରାଉତରାୟ, ସୁଧାଂଶୁ ନାରାୟଣ ଦାଶ (ସାନୁ), ପ୍ରେମଲଥା ରାଉତରାୟ, ଦିବ୍ୟା ମହାନ୍ତି, ପୁପୁଲ ଭୂୟାଁ, ଶୁଭ୍ରାଂଶୁ, ଉଦିତ, କେକେ, ବିଷାନ, ଅଭିଜିତ, ଅଙ୍କିତ ଉପସ୍ଥିତ ଥିଲେ।


ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଭାର ଜଣେ ଯୁବ ନିର୍ଦ୍ଦେଶକ ଙ୍କ କାନ୍ଧରେ ଥିବା ବେଳେ ଏକ ନିଚ୍ଛକ ମୌଳିକ କାହାଣୀକୁ ନେଇ ନିର୍ମାଣ କରିଛନ୍ତି। ଗତାନୁଗତିକ ସମାଜର ଘଟଣାବଳୀକୁ ନେଇ ଯୁବ ସମାଜଙ୍କ ଉପରେ ଗୁରୁତ୍ୱ ଦେଇ ନିର୍ମିତ ଚଳଚ୍ଚିତ୍ର ନିୟତି। କିଛି ବର୍ଷ ହେବ ଓଡ଼ିଆ ସିନେମା ର ଧାରା ବଦଳି ଥିବା ବେଳେ ପ୍ରଯୋଜନା ସଂସ୍ଥା ତରଫରୁ ମଧ୍ୟ ଏହି ସିନେମା ମାଧ୍ୟମରେ ସେଇ ପ୍ରୟାସ ଜାରି ରଖିଛନ୍ତି। ବଳିଷ୍ଠ କାହାଣୀ ସହିତ ପ୍ରବୀଣ ନୂଆ ପୁରୁଣା କଳାକାରଙ୍କୁ ନେଇ ନିର୍ମାଣ ହୋଇଛି ଚଳଚ୍ଚିତ୍ର ନିୟତି। ସମସ୍ତ ସିନେ ପ୍ରେମୀ ତଥା କଳାକାରମାନେ ଏହି ଚଳଚ୍ଚିତ୍ର ଦେଖିବା ସହିତ ଉତ୍ସାହିତ କରିବା ଉଚିତ ବୋଲି ପ୍ରଚାର ପ୍ରସାର ମୁଖ୍ୟ ପ୍ରଣୟ ଜେଠୀ ମତ ପ୍ରକାଶ କରିଛନ୍ତି।


ସେପଟେ ଓଲିଉଡ ସୁପରଷ୍ଟାର ଅରିନ୍ଦମଙ୍କ ଅଭିନୟ ଦେଖିବାକୁ ଅନେକ ଲୋକ ଅପେକ୍ଷା କରିଥାନ୍ତି । ତେବେ କିଛି ମାସ ହେବ କୌଣସି କାରଣରୁ ଅରିନ୍ଦମଙ୍କ ପ୍ରଶଂସକମାନେ ନିରାଶ ହୋଇଥିଲେ । କାରଣ ବେଶ୍ କିଛି ମାସ ଧରି ଅରିନ୍ଦମଙ୍କର କୌଣସି ସିନେମା ଆସୁନଥିଲା । ତେବେ ବର୍ତ୍ତମାନ କିନ୍ତୁ ଏକ ଖୁସି ଖବର ସାମ୍ନାକୁ ଆସିଛି । ରତ୍ନା ଫିଲ୍ମ ବ୍ୟାନରର ଚତୁର୍ଥ ଅବଦାନ ତଥା ସୁପରଷ୍ଟାର ଅରିନ୍ଦମ ରୟଙ୍କ ପ୍ରଯୋଜନାରେ ଦଶହରାରେ ମୁକ୍ତିଲାଭ କରିବାକୁ ସ୍ଥିର ହୋଇଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ରର ଶୁଭ ମହୁରତ ସହିତ କ୍ଳାପ୍ କଟକ ପ୍ରେସ୍ ଛକ ନିକଟସ୍ଥ ପଞ୍ଚମୁଖୀ ହନୁମାନ ମନ୍ଦିର ପରିସରରେ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି।


 ସୁପରଷ୍ଟାର ଅରିନ୍ଦମ (Arindam Roy) ଦୀର୍ଘ ବର୍ଷର ନୀରବତା ପରେ ଏକ ନୂଆ ଧମାକାଧାର ଓଡ଼ିଆ ଚଳଚ୍ଚିତ୍ର (Odia film) ମାଧ୍ୟମରେ କମ୍ ବ୍ୟାକ୍ କରୁଛନ୍ତି। ଅରିନ୍ଦମ ବାବୁ ଭାଇଜାନ୍ ପରେ କିଛିଦିନର ନିରବତା ଭଙ୍ଗ କରି ନୂଆ ଲୁକ୍ ନୂଆ କାହାଣୀ ସହ ଦଶହରାରେ ଧମାଲ୍ କରିବେ ବୋଲି ପ୍ରଶଂସକ ମହଲରୁ ଆଶା ପ୍ରକଟ କରାଯାଇଛି। ଚଳଚ୍ଚିତ୍ରର ନିର୍ଦ୍ଦେଶନାରେ ଅଶୋକ ପତି ଏବଂ ଚିତ୍ରନାଟ୍ୟ ଓ ସଂଳାପ ଦାୟିତ୍ୱରେ ଭାରଦ୍ୱାଜ ପଣ୍ଡା ରହିଛନ୍ତି ।


ଫିଲ୍ମର ପରବର୍ତ୍ତୀ ପ୍ରେସ୍ ଇସ୍ତାହାରରେ ଷ୍ଟାର କାଷ୍ଟ ତଥା ଫିଲ୍ମର ନାଁ ଘୋଷଣା କରାଯିବ ବୋଲି ପ୍ରଯୋଜନା ସଂସ୍ଥା ପ୍ରକାଶ କରିଛନ୍ତି। ଚଳଚ୍ଚିତ୍ରଟି ଦଶହରାରେ ମୁଜ୍ତିଲାଭ କରିବା ପାଇଁ ସ୍ଥିର ହୋଇଥିବା ଯୋଗୁଁ ଚଳିତ ମାସରୁ ହିଁ ସୁଟିଙ୍ଗ ଆରମ୍ଭ ହେବାକୁ ସମସ୍ତ ପ୍ରସ୍ତୁତି ସରିଛି। ଚଳଚ୍ଚିତ୍ରର ପ୍ରଚାର ପ୍ରସାରରେ ମିଡ଼ିଆ ପ୍ଲାନର ଓ କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ଅଛନ୍ତି।


Also Read: PM Modi: ମୋଦିଙ୍କ ଚରିତ୍ରରେ ନଜର ଆସିବେ ଅମିତାବ ବଚ୍ଚନ !ଚର୍ଚ୍ଚା ଜୋର୍..


Also Read: Ollywood News: ଦଶହରାରେ ସୁପରଷ୍ଟାର ଅରିନ୍ଦମଙ୍କ ଧମାକାଦାର କମ୍ ବ୍ୟାକ୍