ଭୁବନେଶ୍ୱର: ନ୍ୟାୟ ମିଳିଲାନି,ଶେଷରେ ଗୁରୁବାରଠାରୁ ବିଧାନସଭା ଆଗରେ ଧାରଣାରେ ବସିଲେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ। ତାଙ୍କର ଏକମାତ୍ର ଦାବି ଓଡ଼ିଆ ଫିଲ୍ମକୁ ବଞ୍ଚାଅ। ଲୋୟର ପିଏମ୍‌ଜିସ୍ଥିତ ଧାରଣା ସ୍ଥଳରେ ସକାଳ ସାଢ଼େ ୧୦ଟାରୁ ସେ ତାଙ୍କ ଧାରଣା ଦେବା ଆରମ୍ଭ କଲେ। ଏହା ଅନିର୍ଦ୍ଧିଷ୍ଠ ଦିନ ପାଇଁ ଚାଲିବ। 


COMMERCIAL BREAK
SCROLL TO CONTINUE READING

ଏହି ଅବସରରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଗୁରୁତ୍ବପୂର୍ଣ୍ଣ ଦାବି ରଖିଛନ୍ତି। ସେ କହିଛନ୍ତି, ପ୍ରତି ଓଡ଼ିଆ ଫିଲ୍ମ ବଞ୍ଚାଅ। ସେ କରିଥିବା ୫ଟି ଦାବି ମଧ୍ୟରେ ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା କରାଯାଉ। ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଲାଇବା ପାଇଁ ବାଧ୍ୟ ହେବେ ସେହିପରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ସେହିପରି ବିତରଣ, ପ୍ରଦର୍ଶନ, ସିନେମା ଚାଲିବା ପରେ ଟଙ୍କା ଫେରି ପାଇବା ଏବଂ ସମସ୍ତଙ୍କ ଭିତରେ ସମନ୍ୱୟ ରକ୍ଷା ପାଇଁ ବ୍ୟବସ୍ଥା କରାଯାଉ। ଟିକସ ମୁକ୍ତ ସାଙ୍ଗକୁ ସିନେମା ନିର୍ମାଣ ଲାଗି ଆର୍ଥିକ ଓ ଅନ୍ୟାନ୍ୟ ସହାୟତା କରାଯାଉ। 


ଏହା ସହ ସମସ୍ତଙ୍କର ସୁରକ୍ଷା ପାଇଁ କିଛି ଦୃଢ଼ ପଦକ୍ଷେପ ନିଆଯାଉ। ଯେପରି କେହି ଅନ୍‌ଲାଇନ୍ ହେଉ କି ଅଫ୍‌ଲାଇନ୍‌ କୌଣସି ଖଳ କାର୍ଯ୍ୟ କରିବାକୁ ଭୟ କରିବେ ଏବଂ ସେଥିରୁ ନିବୃତ୍ତ ରହିବେ। ଇନଭେଷ୍ଟରମାନଙ୍କୁ ଓଡିଆ ଚଳଚ୍ଚିତ୍ର ନିର୍ମାଣପାଇଁ ସରକାରୀ ସହାୟତା ଦିଆଯାଉ। ପୂର୍ବରୁ ବି ଏହି ସମସ୍ୟା ନେଇ ସରକାରୀ ସ୍ତରରେ ସମସ୍ତଙ୍କୁ ଅବଗତ କରିଥିଲି। କିନ୍ତୁ ମତେ ନ୍ୟାୟ ମିଳିଲାନି। ତେଣୁ ସମସ୍ୟାର ସମାଧାନ ପାଇଁ ଧାରଣାରେ ବସିଲେ ବୋଲି କହିଛନ୍ତି। କାଲିଠାରୁ ପ୍ରଯୋଜକ ,କଳାକାର, ଟେକନିସିଆନ,ନିର୍ଦ୍ଦେଶକମାନେ ଯୋଗ ଦେବେ ବୋଲି ପ୍ରଯୋଜିକା ସନଲିସା ଜଣେଇଛନ୍ତି।