Raja Queen: ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି 'ରଜ କୁଇନ୍ ୨୦୨୫', ଜାଣନ୍ତୁ ସମୟ ଓ ବାର....
Advertisement
Article Detail0/zeeodisha/odisha2718277

Raja Queen: ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି 'ରଜ କୁଇନ୍ ୨୦୨୫', ଜାଣନ୍ତୁ ସମୟ ଓ ବାର....

Raja Queen: ଚଳିତ ବର୍ଷ ଜଜ୍ ଭାବରେ ନଜର ଆସିବେ ଆମ ସମସ୍ତଙ୍କ ପ୍ରିୟ ଲିପି ମହାପାତ୍ର , ଶ୍ରୀତମ ଦାସ ଓ ଦେବାଶିଷ ପାତ୍ର ଓ ମେଣ୍ଟର ଭାବରେ ଓଲିଉଡ଼ ଇଣ୍ଡଷ୍ଟ୍ରିର ପ୍ରତିଷ୍ଠିତ ହିରୋଇନ ଦିବ୍ୟା, ସୁର୍ଯ୍ୟମୟୀ, ଅନୀଷା ଓ ଅନୁଭା ନଜର ଆସିବେ । ୧୫ରୁ ୨୫ ବର୍ଷ ମଧ୍ୟର ଆଶାୟୀ ପ୍ରାର୍ଥୀ ଅଡିସନ୍ ଦେଇ ଅଭିନେତ୍ରୀ ହେବାର ଦେଖିଥିବା ସ୍ବପ୍ନକୁ ପୁରା କରିପାରିବେ l ତେବେ ଡେରି କାହିଁକି ପ୍ରସ୍ତୁତ ହେଇଯାନ୍ତୁ ଖୁବ ଶୀଘ୍ର ଆସୁଛି ଆପଣଙ୍କ ପାଖକୁ ୧୩ତମ 'ରଜ କୁଇନ୍'।

Raja Queen: ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି 'ରଜ କୁଇନ୍ ୨୦୨୫', ଜାଣନ୍ତୁ ସମୟ ଓ ବାର....

Raja Queen: ଓଡିଶାର ୧ ନମ୍ବର ଚ୍ୟାନେଲ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି । ଦର୍ଶକେ ଦେଖିବାକୁ ଭଲ ପାଉଥିବା କାହାଣୀକୁ ଆଧାରିତ କରି ଅନେକ ଧାରାବାହିକ ସହିତ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ ଭେଟି ଦେଇଛି ଜୀ ସାର୍ଥକ । ଯେଉଁଥିରେ ଓଡିଆ ଜାତି ଓ ଓଡିଶାର ପ୍ରଥା ପରମ୍ପରାକୁ ଅତି ନିଖୁଣ ଭାବେ ଦେଖି ଦର୍ଶକେ ଉପଭୋଗ କରିପାରନ୍ତି । ଯେଉଁଥି ପାଇଁ ଚ୍ୟାନେଲକୁ ମିଳିଛି ଅଗଣିତ ଦର୍ଶକଙ୍କ ଦ୍ବାରା ଅଶେଷ ଭଲପାଇବା ।  

ଅଭିନେତ୍ରୀ ହେବାର ସ୍ବପ୍ନ ଦେଖିଥିବା ଝିଅଙ୍କ ପାଇଁ ପୁଣି ଫେରିଛି ଓଡିଶାର ୧ ନମ୍ବର ରିଆଲିଟି ସୋ 'ରଜ କୁଇନ୍'। ଏହି ସୋ ଇଣ୍ଡଷ୍ଟ୍ରିକୁ ଅନେକ ବଛା ବଛା ଅଭିନେତ୍ରୀ ବିଗତ ଦିନରେ ଦେଇ ସାରିଛି। ସବୁ ବର୍ଷ ଅନେକ ଆଶାୟୀ ପ୍ରାର୍ଥୀ ଏହି ସୋ ରେ ଭାଗ ନେବାକୁ ଚାହିଁ ରହିଥାନ୍ତି। ତେବେ ଚଳିତ ବର୍ଷ ମଧ୍ୟ ବଡ଼ ଧୁମଧାମ ସହିତ ଆୟୋଜନ ହେବାକୁ ଯାଉଛି ସମସ୍ତଙ୍କ ମନପସନ୍ଦର ରିୟାଲିଟି ସୋ 'ରଜ କୁଇନ୍'। ଚଳିତ ବର୍ଷ ୧୩ତମ 'ରଜ କୁଇନ୍' ପାଇଁ ଅଡିସନ୍ ସରିଯାଇଛି । ଯାହା ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ପୁରୀ, ଭୁବନେଶ୍ବର, ବାଲେଶ୍ୱର, କେଉଁଝର, ରାଉରକେଲା, ଭଦ୍ରକ, ଅନୁଗୁଳ ଓ କଟକରେ ଅନୁଷ୍ଠିତ ହୋଇ ବଛାଯାଇ ଥିବା ପ୍ରତିଯୋଗୀମାନଙ୍କୁ ନେଇ ଆରମ୍ଭ ହେବ ଅନ୍ତିମ ପର୍ଯ୍ୟାୟ "ରଜ କୁଇନ୍ ୨୦୨୫"। ଚଳିତ ବର୍ଷ ଜଜ୍ ଭାବରେ ନଜର ଆସିବେ ଆମ ସମସ୍ତଙ୍କ ପ୍ରିୟ ଲିପି ମହାପାତ୍ର , ଶ୍ରୀତମ ଦାସ ଓ ଦେବାଶିଷ ପାତ୍ର ଓ ମେଣ୍ଟର ଭାବରେ ଓଲିଉଡ଼ ଇଣ୍ଡଷ୍ଟ୍ରିର ପ୍ରତିଷ୍ଠିତ ହିରୋଇନ ଦିବ୍ୟା, ସୁର୍ଯ୍ୟମୟୀ, ଅନୀଷା ଓ ଅନୁଭା ନଜର ଆସିବେ । ୧୫ରୁ ୨୫ ବର୍ଷ ମଧ୍ୟର ଆଶାୟୀ ପ୍ରାର୍ଥୀ ଅଡିସନ୍ ଦେଇ ଅଭିନେତ୍ରୀ ହେବାର ଦେଖିଥିବା ସ୍ବପ୍ନକୁ ପୁରା କରିପାରିବେ l ତେବେ ଡେରି କାହିଁକି ପ୍ରସ୍ତୁତ ହେଇଯାନ୍ତୁ ଖୁବ ଶୀଘ୍ର ଆସୁଛି ଆପଣଙ୍କ ପାଖକୁ ୧୩ତମ 'ରଜ କୁଇନ୍'। 

ଏପ୍ରିଲ ୧୯ ତାରିଖରୁ ପ୍ରତି ଶନିବାର ଓ ରବିବାର ରାତି ୯.୩୦ ମିନିଟରେ କେବଳ ଜୀ ସାର୍ଥକରେ ପ୍ରସାରଣ ହେବାକୁ ଯାଉଛି 'ରଜ କୁଇନ୍' । ତେବେ କିଏ ହେବ ଚଳିତ ସିଜନର ରଜ କୁଇନ୍ ? ଜାଣିବାକୁ ଏହି ଯାତ୍ରା ସହ ଯୋଡ଼ି ହେବାକୁ ଅନୁରୋଧ କରିଛନ୍ତି ଜୀ ସାର୍ଥକର ଚିଫ ଚ୍ୟାନେଲ ଅଫିସର ଶ୍ରୀ ପ୍ରତୀକ ସିଲ।

Bollywood News , Entertainment News, हिंदी सिनेमा, टीवी और हॉलीवुड की खबरें पढ़ने के लिए देश की सबसे विश्वसनीय न्यूज़ वेबसाइट Zee News Hindi का ऐप डाउनलोड करें. सभी ताजा खबर और जानकारी से जुड़े रहें बस एक क्लिक में.

;