Ollywood News: ଗଣେଶ ପୂଜା ଅବସରରେ ରିଲିଜ୍ ହେବାକୁ ଥିବା ସିନେମା ପ୍ରଥାର ଗୀତ ଦର୍ଶକଙ୍କୁ ଖୁବ ପସନ୍ଦ ଆସିଛି ।
Trending Photos
Ollywood News: ଭୁବନେଶ୍ୱର ସ୍ଥିତ ଡି. ଏନ୍. ରେଗାଲିଆ ମଲ୍ ଠାରେ ବହୁ ପ୍ରତିକ୍ଷୀତ ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର "ପ୍ରଥା" ର ଗୀତ ରିଲିଜ୍ ହୋଇଯାଇଛି l ସେଇ ଅବସରରେ ମଲରେ ବହୁ ସିନେ ପ୍ରେମୀ ଉପସ୍ଥିତ ଥିଲେ l ତା ସହିତ ସିନେମାର ନିର୍ଦ୍ଦେଶକ (Film director) କେ ମୁରଲୀକ୍ରିଷ୍ଣା, ସହ- ପ୍ରଯୋଜକ ସଞ୍ଜୟ କୁମାର ପଟେଲ, ନାୟକ ସ୍ୱରାଜ (Actor swaraj barik), ସଙ୍ଗୀତ ନିର୍ଦ୍ଦେଶକ ଅସଦ ନିଜାମ, ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ବଲିଉଡ କଣ୍ଠଶିଳ୍ପୀ କ୍ରିଷ୍ଣା ବେଉରା, ଅନ୍ତରା ଚକ୍ରବର୍ତ୍ତୀ, କୁଲଦୀପ ପଟ୍ଟନାୟକ, ସତ୍ୟଜିତ ପ୍ରଧାନ, ଅସୀମା ପଣ୍ଡା, ନାଭ୍ୟା, ଅଭିନେତା ଡିସ୍କୋ ରେଡ୍ଡୀ, ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ଏବଂ ଏସ ଏସ କେବୁଲ ର ମୁଖ୍ୟ ସୁକାନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଆର.ଜେ ଗୁଡ୍ଡୀ ଏବଂ କମେଡିଆନ ପୁଷ୍ପକଙ୍କ ଯୁଗଳବନ୍ଦୀରେ ଗୀତ ରିଲିଜ୍ ପର୍ବ ବେଶ ସୁନ୍ଦର ଭାବରେ ସଂଯୋଜନା ହୋଇଥିଲା l
ଅନେକ ବର୍ଷ ବ୍ୟବଧାନରେ ଏକ ନିଛକ ପାରମ୍ପରିକ ମୌଳିକ କାହାଣୀ ସହିତ ବିଗ ବଜେଟର ଆକ୍ସନ ଫିଲ୍ମର ଟ୍ରେଲର (Action movie trailer) ଆଗରୁ ଦେଖି ଯେତିକି ଉତ୍ସାହିତ ହେଇଥିଲେ ଦର୍ଶକ ଗୀତ ରିଲିଜ୍ ଉତ୍ସବରେ ମଧ୍ୟ ବେଶ ଉତ୍ସାହିତ ଥିଲେ l ଓଡ଼ିଆ ଝିଅ ସନଲିଶା ପଟେଲ ଦିଲ୍ଲୀରେ ଅବସ୍ଥାପିତ ହୋଇ ଓଡ଼ିଆ ଦର୍ଶକଙ୍କ ପାଇଁ କିଛି ନୂଆ ପ୍ରକାର ମନୋରଞ୍ଜନ ଯୋଗାଇଦେବା ପାଇଁ ମନବଳେଇବା କମ୍ କଥା ନୁହେଁ l ତେବେ ଆଜି ଡି ଏନ୍ ରେଗାଲିଆ ମଲରେ ପ୍ରଥା ଚଳଚ୍ଚିତ୍ରର ଗୀତ ଦେଖିଲା ପରେ ଓଡ଼ିଆ ଚଳଚ୍ଚିତ୍ରର ନିର୍ମାଣ ଶୈଳୀ କେତେ ଉଚ୍ଚ କୋଟିର ଉପସ୍ଥିତ ଦର୍ଶକ ମାନେ ନିଜ ନିଜ ବକ୍ତବ୍ୟରେ ବଖାଣି ଥିଲେ l ଶିଶୁ କଳାକାରରୁ ନାୟକ ସାଜି ଆଜି ଆକ୍ସନ ହିରୋ ଭାବେ ନିଜର ନିଖୁଣ ଅଭିନୟ ଦେଖାଇଥିବା ସ୍ୱରାଜ ବାରିକଙ୍କ ପ୍ରଶଂସା ସବୁରି ମୁହଁରୁ ଶୁଣିବାକୁ ମିଳିଥିଲା l ଓଲିଉଡ଼ ଅଭିନେତ୍ରୀ ଶୀତଲ (Actress sheetal patra)ଙ୍କ ଅଭିନୟ ମଧ୍ୟ ମତୁଆଲା କରିଛି ଦର୍ଶକଙ୍କୁ, ହେଲେ ମୁମ୍ବାଇର ଅଭିନେତ୍ରୀ ସିମ୍ରନ୍ କୌରଙ୍କ ଉପରେ ଦର୍ଶକଙ୍କ ନଜର ଜୋର ଥିଲା l ନିର୍ଦ୍ଦେଶକ କେ ମୁରଳୀକ୍ରିଷ୍ଣାଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ ନିର୍ମିତ ପ୍ରଥା ଚଳଚ୍ଚିତ୍ର ନିଶ୍ଚିତ ଲୋକାଦୃତ ହେବ ଏଥିରେ ସନ୍ଦେହ ନାହିଁ ବୋଲି ପ୍ରଶଂସକ ମହଲରେ ଗୁଣୁଗୁଣୁ ଶୁଭୁଥିଲା l
‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ ର କାହାଣୀ। ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ପ୍ରଥମ ଥର ପାଇଁ ସ୍ବରାଜ ଏବଂ ଶୀତଲ ସ୍କ୍ରିନ ସେୟାର କରିଛନ୍ତି l ତାଙ୍କ ସହିତ ମୁଖ୍ୟ ଚରିତ୍ରରେ ଅଛନ୍ତି ମୁମ୍ବାଇ ଅବସ୍ଥାପିତ ମଡେଲ ଅଭିନେତ୍ରୀ ସିମ୍ରନ୍ କୌର। ସିମ୍ରନ୍ ଲୋକପ୍ରିୟ ଆନିମେସନ୍ ସିରିଜ୍ ‘ଡୋରେମନ୍’ର ନୋବିତା ଚରିତ୍ରର ଭଏସ୍ ଆର୍ଟିଷ୍ଟ। ଏମାନଙ୍କ ବ୍ୟତୀତ ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶ ଆଲୱାହଟ୍ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଓ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ୍ ପଟେଲ, ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ, ଡିସ୍କୋ ରେଡ୍ଡୀ ଏବଂ ଅସିତା ଶତପଥୀଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ। ତେବେ ଫିଲ୍ମ ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ସରିଯାଇଥିବା ବେଳେ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ l ଚଳଚ୍ଚିତ୍ରର ପ୍ରଚାର ଚାରିଆଡେ ବିଭିନ୍ନ ଗଣମାଧ୍ୟମ ତଥା ପୋଷ୍ଟର ମାଧ୍ୟମରେ ଆରମ୍ଭ ହୋଇଯାଇଛି l
ଏହି ଚଳଚ୍ଚିତ୍ରରେ ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କୋରିଓଗ୍ରାଫର ଆରିୟନ୍ ଓ ଲାଇନ୍ ପ୍ରଡ୍ୟୁସର ବିଜୟ ପାତ୍ର ଅଛନ୍ତି l ‘ପ୍ରଥା’ ଚଳଚ୍ଚିତ୍ରଟି କୋରାପୁଟ ସମେତ ସୁଦୂର ଦିଲ୍ଲୀ ଏବଂ ରାଜସ୍ଥାନରେ ସୁଟ୍ ହୋଇଛି l ତେବେ ଆସନ୍ତା ସେପ୍ଟେମ୍ବର ୧୫ ରେ ମୁକ୍ତିଲାଭ କଲେ ଗଣେଶ ପୂଜା ବଜାର ସରଗରମ ହେବ ବୋଲି ଦର୍ଶକଙ୍କ ମନରେ ଉତ୍କଣ୍ଠା ରହିଛି l ଏହାର ପ୍ରଚାର ଓ ପ୍ରସାର ଦାୟିତ୍ୱ ରେ ଅଛନ୍ତି ମିଡିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ l
Also Read- Portable Fridge: ପାଣିକୁ ଥଣ୍ଡା କରିବା ପାଇଁ କିଣନ୍ତୁ ଏହି ଉପକରଣ, ଦାମ୍ ଜାଣିଲେ ହେବେ ଖୁସି