zee sarthak reality show: ଓଡ଼ିଶାର ଘରେ ଘରେ ପରିଚିତ, ରାଜ୍ୟର ୧ ନମ୍ବର ମନୋରଞ୍ଜନ ଚ୍ଯାନେଲ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିନେଉଛି । କେବଳ ଧାରାବାହିକ ନୁହେଁ ବରଂ ରିଆଲିଟି ସୋ ମାଧ୍ୟମରେ ମଧ୍ୟ ସଫଳତାର ସହ ଆଗକୁ ବଢି ଚାଲିଛି । 


COMMERCIAL BREAK
SCROLL TO CONTINUE READING

ସମ୍ପୂର୍ଣ ଓଡିଆ ଜାତି ଓ ଆମ ରାଜ୍ୟର ପ୍ରଥା, ପରମ୍ପରାକୁ ନେଇ ଓଡ଼ିଶାର ଲୋକପ୍ରିୟ ଅଭିନେତ୍ରୀ ଲିପିଙ୍କ ଉପସ୍ଥାପନାରେ ''ଦିଦି ନମ୍ବର ୧'' ଦର୍ଶକଙ୍କ ଭଲ ପାଇବା ସାଉଁଟିଛି ଓ ପହଞ୍ଚିଛି ଯାକପଟ ରାଉଣ୍ଡରେ ଯାହାର ପ୍ରଥମ ବିଜେତା ହୋଇଛନ୍ତି କଳାହାଣ୍ଡିର ତୁଲାସା ନାୟକ ।


''ଦିଦି ନମ୍ବର ୧'' ର ଏହି ସିଜିନର ପ୍ରଥମ ବିଜେତା ହୋଇଛନ୍ତି କଳାହାଣ୍ଡି ଜିଲ୍ଲାର ତୁଲାସା ନାୟକ । ଓଡ଼ିଶାର ୬ଟି ଜିଲ୍ଲାର ୬ ଜଣ ପ୍ରତିଯୋଗୀ ଥିଲେ ।ଏହି ରିଏଲିଟି ସୋ ର ଫିନାଲେ ରାଉଣ୍ଡରେ ସମସ୍ତଙ୍କୁ ପଛରେ ପକାଇ ବିଜୟୀ ହୋଇଥିଲେ ତୁଲାସା । ଅଡିସନ ମାଧ୍ୟମରେ ଆସିଥିବା ନାରୀ ମାନେ ନିଜର କର୍ମମୟ ଓ ଗତିଶୀଳ ଜୀବନ ସହିତ ଲୁକ୍କାୟିତ ପ୍ରତିଭାକୁ ଏହି ମଞ୍ଚରେ ପରିପ୍ରକାଶ କରିଥିଲେ।ଯାହା ସେମାନଙ୍କୁ ଦେଇଛି ଏକ ସ୍ବତନ୍ତ୍ର ପରିଚୟ । 


ଦର୍ଶକ ଏବଂ ପ୍ରତିଯୋଗୀଙ୍କ ଦ୍ୱାରା ବହୁଳ ଭାବରେ ଆଦୃତ ‘ଦିଦି ନମ୍ବର-୧’ ରିଅଲିଟି ସୋର ଏହି ସିଜନରେ, ନୂଆ ନୂଆ ଖେଳ ସହ ଆହୁରି ଅଧିକ ମଜାଦାର ହୋଇଛି ଓ ପ୍ରତିଯୋଗୀମାନଙ୍କ ପାଇଁ ଅଧିକ ଆକର୍ଷଣୀୟ ଉପହାର ମଧ୍ୟ ନେଇ ଆସିଛି ।ନିଜର ଚୁଲବୁଲି ଅନ୍ଦାଜ ସହ ଲିପି ମହାପାତ୍ର ଏହାର ଉପସ୍ଥାପନା ଜାରି ରଖିଛନ୍ତି ଓ ପ୍ରତିଯୋଗୀଙ୍କ ମନ ଜିତିଛନ୍ତି ବୋଲି ସବୁ ସମୟରେ ପ୍ରତିଯୋଗୀମାନେ କହିଛନ୍ତି ।


ପରିବାର ଓ ଦାୟିତ୍ୱ ମଧ୍ୟରେ ସବୁବେଳେ ଛନ୍ଦି ହୋଇ ରହୁଥିବା ମହିଳାମାନଙ୍କ ଆତ୍ମବିଶ୍ୱାସ ବଢାଇବା ପାଇଁ ଏହି କାର୍ଯକ୍ରମ ଏକ ବଡ଼ ମାଧ୍ୟମ ହୋଇଛି ବୋଲି କହିଛନ୍ତି ଜୀ ସାର୍ଥକର ଚିଫ୍ ଚ୍ୟାନେଲ ଅଫିସର ଶ୍ରୀ ପ୍ରତୀକ ସିଲ୍ ।