Horoscope for 15th June 2022 : ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର
Advertisement
Article Detail0/zeeodisha/odisha1220310

Horoscope for 15th June 2022 : ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope for 15th June 2022 : ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର ...

ସାଙ୍କେତିକ ଫଟୋ

Horoscope Today 15th June 2022: ମେଷ- ଦିନଟିରେ ଆପଣଙ୍କ କର୍ମତତ୍ପରତା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ସଚେତନ ହେବେ । ପ୍ରତ୍ୟେକଟି କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ନୂତନ ଯୋଜନା ଫଳପ୍ରସୁ ହେବ । ଦୂରଯାତ୍ରା ଲାଭଜନକ ହେବ ।

ବୃଷ- ଦିନଟି ଶୁଭାଶୁଭ ମିଶ୍ରିତ ଫଳ ଦେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ପାରିବାରିକ ସୁଖଶାନ୍ତି ଉପଭୋଗ କରିବେ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ ।  

ମିଥୁନ- ମାନସିକ ସୁସ୍ଥତା ଲାଭ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ ।  

କର୍କଟ- ଦୃଢ଼ମନା ହୋଇ ଏକାଗ୍ର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜ୍‌ଭୁତ ହେବ । ଆଇନ୍ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ପରିଲକ୍ଷିତ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ ।

ସିଂହ- ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବେ । କାର୍ଯ୍ୟାଳୟରେ ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ପାଇବେ । ଆୟ ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କର୍ତ୍ତବ୍ୟ ପରାୟଣ ହେବେ ।

କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମତତ୍ପର ହେବେ । କାର୍ଯ୍ୟାଳୟରେ କର୍ମଚାପ ବୃଦ୍ଧି ପାଇବ । ବ୍ୟବସାୟିକ ଅଭିବୃଦ୍ଧି ଦେଖାଦେବ । ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆୟ ଅବ୍ୟାହତ ରହିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ ।

ତୁଳା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ । ପୂଜାପୂଜି ପାଇଁ ମନ ବଳାଇବେ । ଦୂରଯାତ୍ରା କରନ୍ତୁ ନାହିଁ । ବ୍ୟବସାୟିକ ଅଭିବୃଦ୍ଧି ପାଇଁ ନୂତନ ଚିନ୍ତାଧାରା ଆପଣେଇବେ ।  ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଶୁଭମୟ ।

ବିଛା- ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।  

ଧନୁ- ଶାରୀରିକ ଅସୁସ୍ଥତା ଦେଖାଦେବ । ଆର୍ଥିକ ସ୍ଥିତିରେ ଅବନତି ହେବ । କର୍ମକ୍ଷେତ୍ରରେ କର୍ମଚାପ ବଢିବ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ବ୍ୟବସାୟ ମଧ୍ୟମ ଧରଣର ହେବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।  

ମକର- ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ନୂତନ ସାମଗ୍ରୀ କ୍ରୟ କରିବେ । ପରିବାରରେ ହର୍ଷଉଲ୍ଲାସରେ ଲାଗି ରହିବ । ଉଚ୍ଚ ଆଶା ଫଳବତୀ ହେବ ।

କୁମ୍ଭ- ଦେହ ସାମାନ୍ୟ ଅସୁସ୍ଥ ହୋଇପାରେ । କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ଆଶାନୁରୂପକ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇବେ ।  

ମୀନ- ରୋଜଗାର ଊଣା ହେବ ନାହିଁ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହେବ ସହ ଧନଲାଭ ହେବ । ଧନ-ସମ୍ପଦ ବୃଦ୍ଧି ହେବ । 

ଏହା ବି ପଢ଼ନ୍ତୁ: ମୋଦି ସରକାରଙ୍କ ବଡ଼ ଘୋଷଣା; ୨୦୨୪ ନିର୍ବାଚନ ପୂର୍ବରୁ ଏତିକି ବେକାରୀ ପାଇବେ ସରକାରୀ ଚାକିରି