Odisha Weather: ଘନିଭୂତ ହେଉଛି ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଅବପାତ ପରେ ଲଘୁଚାପ(Low-pressure) ଛତିଶଗଡ଼ ମୁହାଁ ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଲଘୁଚାପ(Low-pressure) ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଜଣାଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ। ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଆଉ ସେହି ଜିଲ୍ଲା ଗୁଡିକ ହେଉଛି ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ। ଏହି ସମସ୍ତ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲା ଗୁଡିକରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। 


COMMERCIAL BREAK
SCROLL TO CONTINUE READING

୧୫ ଜିଲ୍ଲାକୁ ଅରେଞ୍ଜ ଓ୍ବାଣ୍ଣିଂ(Orange Warning) ଜାରି


ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ମଧ୍ୟ ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼ ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିବ। ଏହିସବୁ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହିତ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ମିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।


ଆସନ୍ତା କାଲି ୧୦ ଜିଲ୍ଲାକୁ ରେଡ ଓ୍ବାଣ୍ଣିଂ(Red Warning)


ଲଘୁଚାପର ପ୍ରଭାବକୁ ଦୃଷ୍ଟିରେ ରଖି ଆସନ୍ତା କାଲି ୧୦ ଜିଲ୍ଲାକୁ ମଧ୍ୟ ରେଡ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଳା ଗୁଡିକ ହେଉଛି ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳ। ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ(Orange Warning) ଏବଂ ୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ(Yellow Warning) ଜାରି କରାଯାଇଛି। ଉପକୂଳରେ ପ୍ରବଳ ବର୍ଷା(Heavy Rain) ସହ ଝଡ-ତୋଫାନର ସମ୍ଭାବନା ରହିଛି। ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ ଏବଂ ଅତିବେଶିରେ ୬୫ କିଲୋମିଟର ପର୍ଯ୍ୟନ୍ତ ବୋହିବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ୪ରୁ ୬ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିବାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଥିବା ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ।