କଟକ: ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ସକାଳେ ଏକକାନୀଳ ୮ଟି ସ୍ଥାନରେ ଚାଲିଛି ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ଚାଲିଛି। ଏହି ଚଢ଼ାଉରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଅଧିକାରୀ ମାନେ ସାମିଲ ହୋଇଛନ୍ତି। ପ୍ରଦୀପ ସାହୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି।


COMMERCIAL BREAK
SCROLL TO CONTINUE READING

ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍‌ କରିଛି ଭିଜିଲାନ୍ସ ଟିମ୍‌ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ମହଲା କୋଠା, ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଛି।