ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି; ମୁଖ୍ୟମନ୍ତ୍ରୀ କଲେ ପୁରସ୍କୃତ
Advertisement
Article Detail0/zeeodisha/odisha1301251

ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି; ମୁଖ୍ୟମନ୍ତ୍ରୀ କଲେ ପୁରସ୍କୃତ

Suraj Award-2022: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି ।

ସାଙ୍କେତିକ ଫଟୋ

ଭୁବନେଶ୍ୱର: କଥାରେ ଅଛି ଅଙ୍ଗ ଦାନ, ମହତ କାମ । ଏହି ଉକ୍ତିକୁ ଯଥାର୍ଥ କରି ଦେଖାଇଛନ୍ତି ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି । ମୃତ ବ୍ୟକ୍ତିଙ୍କ ଅଙ୍ଗଦାନ ଦ୍ବାରା ସମାଜ ଉପରେ ଭଲ ପ୍ରଭାବ ପଡୁଛି ଏବଂ ଆଉ ଜଣେ ରୋଗୀ ବା ଦିବ୍ୟାଙ୍ଗ ବ୍ୟକ୍ତି ପୁନଃ ଜୀବନ ପ୍ରାପ୍ତି କରୁଛି। ସେମାନଙ୍କ ପରିବାର ନିକଟରେ ସମାଜ ୠଣୀ ରହୁଛି । ଏହା ସହ ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। 

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି ।

ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ଶ୍ରୀ ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।

ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ରାଜ୍ୟ ସରକାର ୨୦୨୦ ଠାରୁ ଏହି ପୁରସ୍କାର ପ୍ରଦାନ କରି ଆସୁଛନ୍ତି। ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର। ୨୦୨୦ ରେ ଗଞ୍ଜାମର ସୁରଜ୍ ବେହେରାଙ୍କ ବ୍ରେନ ଡେଡ୍ ବା ମସ୍ତିସ୍କ ମୃତ ହୋଇଥିଲା। ତେଣୁ ତାଙ୍କର ପିତାମାତା ସୂରଜଙ୍କର ଛ'ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଅଟି ଜୀବନ ରକ୍ଷା କରିଥିଲେ । ତେଣୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ।

ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଛନ୍ତି ଏହା ଦ୍ବାରା ସମାଜ ଉପରେ ବହୁତ୍ ସୁପ୍ରଭାବ ପଡୁଛି। ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଅଙ୍ଗ ଦାନ ଅନେକ ପରିବାର ପାଇଁ ନୂଆ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ।

ଏହି ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର  ତ୍ୟାଗର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ।

ଏହା ବି ପଢ଼ନ୍ତୁ: ଚୀନ୍‌ର 'ଗୁପ୍ତଚର' ଜାହାଜକୁ ରହିବାକୁ ଅନୁମତି ଦେଲା ଶ୍ରୀଲଙ୍କା, ଉଦ୍ବେଗ ପ୍ରକାଶ କଲା ଭାରତ