Shani Gochar 2024: ଶନିଦେବଙ୍କୁ ନ୍ୟାୟର ଦେବତା ବୋଲି ବିବେଚନା କରାଯାଏ । ଶନି ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରିବା ପାଇଁ ଅଢେଇ ବର୍ଷ ସମୟ ନେଇଥାଆନ୍ତି। ଅର୍ଥାତ୍ ନ୍ୟାୟର ଦେବତା ଧିର ଗତିରେ ରାଶିପରିବର୍ତ୍ତନ କରିଥାଆନ୍ତି। ଶନିଦେବଙ୍କ ରାଶି ଚକ୍ର ଅତିକ୍ରମ କରିବା ପାଇଁ ୩୦ ବର୍ଷ ସମୟ ଲାଗିଥାଏ। ଶନି ବର୍ତ୍ତମାନ କୁମ୍ଭ ରାଶିରେ ଥିଲାବେଳେ  ଅପ୍ରିଲ୍ ୬ ତାରିଖରେ ଶନି ପୂର୍ବଭଦ୍ରାପଦା ନକ୍ଷେତ୍ରକୁ (purva bhadrapada nakshatra) ଚଳନ କରିବେ। ଏହାପରେ ଶନି ନଭେମ୍ବର ୨୪ ରେ ପୁଣି ଥରେ ଶତାବିଶା ନକ୍ଷେତ୍ରକୁ ଚଳନ କରିବେ। ସୂର୍ଯ୍ୟପରାଗ (ଏପ୍ରିଲ୍ ୮) ପୂର୍ବରୁ ଶନିଦେବଙ୍କର ଏହି ନକ୍ଷତ୍ର ପରିବର୍ତ୍ତନ କିଛି ରାଶିକୁ ଶୁଭଫଳ ପ୍ରଦାନ କରିବାକୁ ଥିବା ବେଳେ ଆଉ କିଛି ରାଶିପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିବ। ତେବେ, ଆସନ୍ତୁ ଜାଣିବା କେଉଁ ରାଶି ପାଇଁ କିଭଳି ରହିବ ଶନିଙ୍କ ଏହି ନକ୍ଷେତ୍ର ପରିବର୍ତ୍ତନ...


COMMERCIAL BREAK
SCROLL TO CONTINUE READING

ALSO READ: Today Horoscope: କାହା ପାଇଁ ଶୁଭ ତ ଆଉ କାହା ପାଇଁ ଅଶୁଭ ରହିବ ଗୁରୁବାର? ଜାଣନ୍ତୁ ଆଜିର ରାଶିଫଳ


ଭାଗ୍ୟ ବଦଳାଇବେ ଶନିଦେବ୍:



ମେଷ ରାଶି:  ଶନିଙ୍କ ନକ୍ଷେତ୍ର ପରିବର୍ତ୍ତନ ଏହି ରାଶିର ଲୋକଙ୍କ ଭାଗ୍ୟ ମଧ୍ୟ ବଦଳାଇବ। ଅବିବାହିତଙ୍କ ପାଇଁ ଭଲ ବିବାହ ପ୍ରସ୍ତାବ ଆସିପାରେ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ଋଣର ଭାରରୁ ମୁକ୍ତି ମିଳିବ । ଆର୍ଥିକ୍ ସ୍ଥିତି ମଜବୁତ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ମିତ୍ରମାନଙ୍କ ସହଯୋଗ ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ। ବ୍ୟବସାୟ ଓ ଚାକିରିରେ ଅଗ୍ରଗତି । ଧନ ଲାଭ ଯୋଗ । ପରିବାରରେ ଲାଗି ରହିଥିବା ବିବାଦ ଦୂର ହେବ ।


ବୃଷ ରାଶି: ଶନି ମହାରାଜଙ୍କ ନକ୍ଷେତ୍ର ପରିବର୍ତ୍ତନ ଏହି ରାଶିକୁ ଧନବାନ୍ କରିବ। ବିଶେଷ କରି, ଚାକିରି ଓ ବ୍ୟବସାୟରେ ଅଗ୍ରଗତି ହେବ। ପରିଶ୍ରମର ଫଳ ପାଇବେ। ଆୟରେ ବୃଦ୍ଧି ଘଟିବ। ସମାଜରେ ମାନ ସମ୍ମାନ ବୃଦ୍ଧି ହେବା ସହ ଲାଗି ରହିଥିବା ପୁରୁଣା ସମସ୍ୟାରୁ ମୁକ୍ତି ମିଳିବ। ପ୍ରେମ ବ୍ୟାପାରରେ ସଫଳତା ପାଇବେ। ଅବିବାହିତଙ୍କ ପାଇଁ ଭଲ ବିବାହ ପ୍ରସ୍ତାବ ଆସିପାରେ। ଏପରିକି ବିବାହ ସହିତ ଜଡି଼ତ ସମସ୍ୟା ମଧ୍ୟ ଦୂର ହେବ। ସରକାରୀ ଚାକିରିଆଙ୍କ ପାଇଁ ସମୟ ଖୁବ୍ ଭଲ ରହିଛି । ପ୍ରମୋସନ୍ ମିଳିବା ସହ ମନ ପସନ୍ଦର ସ୍ଥାନକୁ ଟାନ୍ସଫର ହୋଇପାରେ।  


କନ୍ୟା ରାଶି: ଶନି ମହାରାଜଙ୍କ କୃପାରୁ ଏହି ରାଶିର ଭାଗ୍ୟ ମଧ୍ୟ ଚମକି ଉଠିବ। ଶନିଙ୍କ ଏ-ହି ଚଳନ କନ୍ୟା ରାଶିର ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ବଦଳାଇବାକୁ ଯାଉଛି। ଏହି ଅବଧି ମଧ୍ୟରେ ବ୍ୟବସାୟରେ ଲାଭ ମିଳିବ । ଆକସ୍ମିକ୍ ଧନଲାଭ ନେଇ ଯୋଗ ରହିଛି। ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ପୂରଣ ହେବ। କର୍ମ କ୍ଷେତ୍ରରେ ସଫଳତା ମିଳିବ । ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ଛାତ୍ରଛାତ୍ରୀଙ୍କ ପାଇଁ ଏହି ସମୟ ଶୁଭ ରହିବ । କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ ।


ଧନୁ ରାଶି: ଏହି ରାଶିର ଲୋକଙ୍କ ଭାଗ୍ୟରେ ବିରାଟ ପରିବର୍ତ୍ତନ ଆଣିବେ ଶନିଦେବ।  ଏହି ଅବଧି ମଧ୍ୟରେ ମନ ପସନ୍ଦର ନିଯୁକ୍ତି ଅଫର ପାଇବେ।  ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଠିକ୍ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  ବ୍ୟବସାୟୀମାନେ ସେମାନଙ୍କ ଯୋଜନା କାର୍ଯ୍ୟକାରୀ କରିବାରେ ସଫଳ ହେବେ। ବ୍ୟବସାୟରେ ଅଗ୍ରଗତି ହେବ । କିଛି ଭଲ ଖବର ପାଇ ମନ ଖୁସି ରହିବ।


(Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ । କେବଳ ସୂଚନା ପାଇଁ ଦିଆଯାଇଛି । ZEE ODISHA NEWS ଏହା ନିଶ୍ଚିତ କରେ ନାହିଁ । କୌଣସି ଉପାୟ କରିବା ପୂର୍ବରୁ ସମ୍ପୃକ୍ତ ବିଷୟର ବିଶେଷଜ୍ଞଙ୍କ ସହିତ ପରାମର୍ଶ କରି ନିଶ୍ଚିତ ହୁଅନ୍ତୁ ।)