• ପଂଚାୟତ ନିର୍ବାଚନ ପୂର୍ବରୁ ଦକ୍ଷିଣାଞ୍ଚଳରେ ଭୁଶୁଡ଼ିଛି କଂଗ୍ରେସ ଦୁର୍ଗ
  • ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଲ୍‌ଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା
  • ଭବାନୀପାଟଣା ସ୍ଥିତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଘରକୁ ଅଣ୍ଡାମାଡ଼
  • ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଣ୍ଡାମାଡ଼ କଲେ ଯୁବ କଂଗ୍ରେସ କର୍ମୀ
  • ମାମଲାରେ ମନ୍ତ୍ରୀଙ୍କ ନାଁ ଆସିଥିବାରୁ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି
  • ପିଲାଙ୍କୁ ଟିକା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କ ସୂଚନା
  • ପିଲାମାନଙ୍କୁ ୨ଟି ଡୋଜରେ ଟିକାକରଣ କରିବା ପାଇଁ ପରାମର୍ଶ ଅଛି
  • ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଭିଡିଓ କନଫରେନ୍ସିଂରେ ତାଲିମ ଦିଆଯିବ
  • ଯେଉଁ ସମୟରେ ନିର୍ଦ୍ଦେଶ ଆସିବ ତୁରନ୍ତ ଟିକାକରଣ କାର୍ଯ୍ୟ ଆରମ୍ଭ କରିବୁ

ସପ୍ତମୀରେ ସଙ୍କଟ! ଆଜି ଏହି ସବୁ ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ

୧୨ ଅକ୍ଟୋବର ୨୦୨୧: ମଙ୍ଗଳବାର, ଆଶ୍ୱିନ ମାସ, ତିଥି – ସପ୍ତମୀ, ନକ୍ଷତ୍ର: ମୂଳା , ଚନ୍ଦ୍ର: ଧନୁ ରାଶି , ରାହୁକାଳ: ୦୨:୨୯ ରୁ ୦୩:୫୭, ଶୁଭ ସମୟ: ୧୦:୧୦ ରୁ ୧୧:୨୦, ଘାତଚନ୍ଦ୍ର: ତୁଳା ଓ କୁମ୍ଭ ରାଶି, ଘାତବାର: ମକର ରାଶି  

ସପ୍ତମୀରେ ସଙ୍କଟ! ଆଜି ଏହି ସବୁ ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ
ପ୍ରତିକାତ୍ମକ ଫଟୋ

ମେଷ: ଦାନ ଧର୍ମ ପ୍ରତି ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ପାରିବାରିକ ସୁଖଶାନ୍ତି ଉପଭୋଗ କରିବେ ।

ବୃଷ: ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବେ । କାର୍ଯ୍ୟାଳୟରେ ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ପାଇବେ । ଆୟ ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମିଥୁନ: ପୂଜାପୂଜି ପାଇଁ ମନ ବଳାଇବେ । କର୍ତ୍ତବ୍ୟ ନିଷ୍ଠ ହୋଇ ସମସ୍ତ ନ୍ୟସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଦେହ ଓ ମନ ଭଲ ରହିବ । ବ୍ୟବସାୟିକ ଅଭିବୃଦ୍ଧି ପାଇଁ ନୂତନ ଚିନ୍ତାଧାରା ଆପଣେଇବେ ।

କର୍କଟ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ଆଶାନୁରୂପକ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇବେ ।

Also Read: Apple ଆଣୁଛି ଶସ୍ତା iPhone! ଜାଣନ୍ତୁ, କଣ ଅଛି ସ୍ମାର୍ଟଫୋନର ଫିଚର୍

ସିଂହ: ଉତ୍ତମ ଆୟ  ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ ।

କନ୍ୟା: ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମତତ୍ପର ହେବେ । ବ୍ୟବସାୟିକ ଅଭିବୃଦ୍ଧି ଦେଖାଦେବ । ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆୟ ଅବ୍ୟାହତ ରହିବ ।

ତୁଳା: ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।

ବିଛା: ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ସୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ୱକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟରୁ ଲାଭ ମିଳିବ । ଯଶସ୍ୱୀ ହେବେ ।

Also Read: କୋରୋନା ହଟସ୍ପଟ୍ ଭୁବନେଶ୍ୱର, ଚିନ୍ତା ପ୍ରକଟ କଲେ ସରକାର

ଧନୁ: ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

ମକର: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତ ,ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ ।  ଠକାମିର ଶିକାର ହେବେ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।

ମୀନ: ଦିନଟିରେ ଆପଣଙ୍କ କର୍ମତତ୍ପରତା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ସଚେତନ ହେବେ । ପ୍ରତ୍ୟେକଟି କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ନୂତନ ଯୋଜନା ଫଳପ୍ରସୁ ହେବ ।