ମେଷ: ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । 


COMMERCIAL BREAK
SCROLL TO CONTINUE READING

ବୃଷ: ଘାତ ଚନ୍ଦ୍ର ଭୋଗ ହେତୁ ଦିନଟି ରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।


ମିଥୁନ: ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ । 


କର୍କଟ: ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।


Also Read: ସମସ୍ତଙ୍କ ମନରେ ପ୍ରଶ୍ନ, ଏତେ ଦେଶ ଥାଉ ଥାଉ ମେଡିକାଲ ପଢିବାକୁ କାହିଁକି ୟୁକ୍ରେନ ଯାଆନ୍ତି ଭାରତୀୟ


ସିଂହ: ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ । 


କନ୍ୟା: ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।


ତୁଳା: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।


ବିଛା: ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।


Also Read: ଆପଣଙ୍କ ଆଧାରକାର୍ଡରୁ କେତେ ଲୋକ ନେଇଛନ୍ତି SIM, ଏହି ସରକାରୀ ୱେବସାଇଟରୁ ପାଆନ୍ତୁ ତଥ୍ୟ


ଧନୁ:  ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । 


ମକର: ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।


କୁମ୍ଭ: ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ । 


ମୀନ: ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।